ଜଳକାରେ ତୃତୀୟ ବନ୍ୟା

ରୂପସା, ୧୩।୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ସୋମବାର ଚଳିତବର୍ଷର ତୃତୀୟ ଥର ପାଇଁ ବନ୍ୟା ଆସିଛି। ଲଘୁଚାପଜନିତ ଲଗାଣବର୍ଷା ଯୋଗୁ ୫ଶହରୁ ଊଦ୍ଧର୍‌ବ ହେକ୍ଟର ଚାଷଜମି ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ବନ୍ୟାକୁ ନେଇ ଚାଷୀକୁଳ ଚିନ୍ତାରେ ଦିନ ବିତାଉଛନ୍ତି। ଜଳକା ନଦୀର ଜଳସ୍ତର ରବିବାରଠାରୁ ବିପଦସଂକେତ ଉପରେ ପ୍ରବାହିତ ହେଉଛି।
ରବିବାର ଅପରାହ୍ନ ୧ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିଲା। ନଦୀର ମଥାନୀଠାରେ ବିପଦସଂକେତ ୫.୫୦ ମିଟର ଥିବାବେଳେ ଅପରାହ୍ନ ୪ଟା ସୁଦ୍ଧା ୬ ମିଟରରେ ପ୍ରବାହିତ ହେଉଥିଲା। ରାତି ୯ଟା ସୁଦ୍ଧା ପୁଣି ଜଳସ୍ତର ବୃଦ୍ଧି ହୋଇ ୬.୧୩ ମିଟରରେ ପହଞ୍ଚିଥିଲା। ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ସୋମବାର ଅପରାହ୍ନ ୪ଟା ସୁଦ୍ଧା ୬ଟା ୩୪ମିଟରରେ ଜଳସ୍ତର ପ୍ରବାହିତ ହେଉଥିବା ଜଳସେଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ସକାଳେ ନଦୀର ଉପରମୁଣ୍ଡ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ୧୮ ମି.ମି. ଓ ରସଗୋବିନ୍ଦପୁର ବ୍ଲକରେ ୪୦.୬୦ ମି.ମି. ବର୍ଷା ହୋଇଥିବା ଯୋଗୁ ଜଳସ୍ତର ବୃଦ୍ଧି ଘଟିଛି। ବସ୍ତା ବ୍ଲକର ଗଡ଼ପଦା, ରାଉତପଡ଼ା, ଦୁଧହଂସା, ବାହାର୍ଦ୍ଦା, ମଥାନୀ, କୁଡ଼ିଆ ସମେତ ସଦର ବ୍ଲକର ଶ୍ରୀରାମପୁର ଓ ରସଲପୁର ପଞ୍ଚାୟତର ୫ଶହ ହେକ୍ଟରରୁ ଊଦ୍ଧର୍‌ବ ଚାଷଜମି ଜଳମଗ୍ନ ରହିଛି।
ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାରୁ ଜଳସ୍ତର ଅଧିକ ବୃଦ୍ଧି ହୋଇ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଗତ ଅଗଷ୍ଟରେ ଲଗାତାର ଦୁଇଥର ବନ୍ୟା ଯୋଗୁ ବସ୍ତା ବ୍ଲକରେ ପ୍ରାୟ ୧୪ ଶହ ହେକ୍ଟର ଜମିରେ ଖରିଫ ଚାଷ ସମ୍ପୂର୍ଣ କ୍ଷତିଗ୍ରସ୍ତ ହୋଇଥିବା ବିଭାଗୀୟ ରିପୋର୍ଟରୁ ଜଣାପଡ଼ିଥିଲା। ପୁଣି ବନ୍ୟାରେ ଚାଷ ବ୍ୟାପକ କ୍ଷତି ହେବାର ଆଶଙ୍କାକୁ ନେଇ ଚାଷୀକୁଳ ମୁଣ୍ଡରେ ହାତ ଦେଇ ବସିଛନ୍ତି। ତହସିଲଦାର କାର୍ତ୍ତିକ କୁମାର ଦାସ, ବିଡ଼ିଓ ଜ୍ଞାନରଞ୍ଜନ ସାହୁ ଓ ଜଳସେଚନ ବିଭାଗ କନିଷ୍ଠଯନ୍ତ୍ରୀ ମହେଶ୍ୱର ସିଂ ପ୍ରମୁଖ ବନ୍ୟାପ୍ଳାବିତ ଚାଷ ଜମି ପରିଦର୍ଶନ କରିବା ସହ ପରିସ୍ଥିତି ପ୍ରତି ନଜର ରଖିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri