ସୁଭଦ୍ରା ୩ୟ କିସ୍ତିକୁ ନେଇ ଆସିଲା ବଡ଼ ଖବର: ଏହି ଦିନ ଖାତାକୁ ଆସିବ ଟଙ୍କା

ଭୁବନେଶ୍ୱର,୨୬। ୬(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ୩ୟ କିସ୍ତି ଆସନ୍ତା ରାଖୀ ପୂର୍ଣ୍ଣିମା ଅଗଷ୍ଟ ୯ରେ ହିତାଧିକାରୀମାନଙ୍କୁ ମିଳିବ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ସୁଭଦ୍ରା ସୋସାଇଟିର ୪ର୍ଥ ପରିଚାଳନା ପରିଷଦ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ସୁଭଦ୍ରା ଯୋଜନାର ଅଦ୍ୟାବଧି ପ୍ରଶାସନିକ ଓ ଆନୁଷଙ୍ଗିକ ଖର୍ଚ୍ଚକୁ ମଧ୍ୟ ଏହି ବୈଠକରେ ଅନୁମୋଦନ ଦିଆଯାଇଛି। ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପବ୍ଲିକ୍‌ ଆଡମିନିଷ୍ଟ୍ରେଶନ(ଆଇଆଇପିଏ) ନୂଆଦିଲ୍ଲୀ ଦ୍ୱାରା ଓଡ଼ିଶାର ଜିଲାଗୁଡିକରେ ସୁଭଦ୍ରାର ପ୍ରଭାବ ବିଷୟରେ ହେବାକୁ ଥିବା ଅଧ୍ୟୟନର ପ୍ରସ୍ତୁତି ଓ ପ୍ରକ୍ରିୟା ଉପରେ ଉପସ୍ଥାପନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ବର୍ଗର ସୁଭଦ୍ରା ହିତାଧିକାରୀଙ୍କ ଉପରେ ସୁଭଦ୍ରା ସହାୟତାର ପ୍ରଭାବ, ଏହାର ଉପଯୋଗ ଓ ଡିଜିଟାଲ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସମ୍ବନ୍ଧରେ ବିଶଦ ଆଲୋଚନା କରାଯାଇଛି। ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆଇଆଇଏମ୍‌ ସମ୍ବଲପୁର ସହଯୋଗରେ ଜୁଲାଇ ପ୍ରଥମ ସପ୍ତାହରୁ କଲେଜ ଝିଅ(ସୁଭଦ୍ରା ସମୀକ୍ଷା)ମାନଙ୍କ ଦ୍ୱାରା କ୍ଷେତ୍ର ସର୍ବେକ୍ଷଣ କରାଯିବାର ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଇଆଇଏମ୍‌ ସମ୍ବଲପୁର ତଥ୍ୟ ଅଧ୍ୟୟନ, ଉପକରଣ, ତାଲିମ ଏବଂ ବିଶ୍ଳେଷଣ ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri