Posted inଜାତୀୟ

ଇଣ୍ଡିଆ ମେଣ୍ଟର ତୃତୀୟ ବୈଠକ ୩୧ରେ

ନୂଆଦିଲ୍ଲୀ,୬।୮: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିବା ପରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧ରେ ମୁମ୍ବାଇରେ କରିବା ଲାଗି ସ୍ଥିର ହୋଇଛି। କଂଗ୍ରେସ ଏବଂ ଶିବସେନା ଉଦ୍ଧବ ଠାକ୍‌ରେଙ୍କ ଗୋଷ୍ଠୀ ପକ୍ଷରୁ ଏହା ଘୋଷଣା କରାଯାଇଛି। ଶନିବାର ମୁମ୍ବାଇରେ ମହାବିକାଶ ଅଘାଡ଼ି ମେଣ୍ଟର ବୈଠକ ପରେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଏହି ସୂଚନା ଦେଇଛନ୍ତି। ଗ୍ରାଣ୍ଡ ହୟାତରେ ହେବାକୁ ଥିବା ବିରୋଧୀ ମେଣ୍ଟ ବୈଠକରେ ରାହୁଲ ଗାନ୍ଧୀ ଏବଂ ୫ ଜଣ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଉଦ୍ଧବ ଠାକ୍‌ରେ ବିରୋଧୀ ନେତାମାନଙ୍କ ପାଇଁ ୩୧ ତାରିଖ ସନ୍ଧ୍ୟାରେ ଡିନରର ଆୟୋଜନ କରୁଛନ୍ତି। ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି କଂଗ୍ରେସ ମହାରାଷ୍ଟ୍ର ମୁଖ୍ୟ ନାନା ପାଟୋଲେ କହିଛନ୍ତି। ଜୁନ୍‌ ୨୩ରେ ପାଟନାରେ ଅନୁଷ୍ଠିତ ପ୍ରଥମ ବିରୋଧୀ ମେଣ୍ଟ ବୈଠକରେ ୧୬ଟି ବିରୋଧୀ ଦଳର ନେତା ଯୋଗଦେଇଥିଲେ। ଜୁଲାଇ ୧୭-୧୮ରେ ବେଙ୍ଗାଲୁରୁଠାରେ ଅନୁଷ୍ଠିତ ଦ୍ୱିତୀୟ ବୈଠକରେ ବିରୋଧୀ ଦଳ ସଂଖ୍ୟା ୨୬କୁ ବୃଦ୍ଧି ପାଇଥିଲା। ଏହି ବୈଠକରେ ମେଣ୍ଟର ନାଁ ନ୍ୟାଶନାଲ ଡେଭେଲପମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲିଆନ୍ସ (ଇଣ୍ଡିଆ) ରଖିବାକୁ ସ୍ଥିର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri