ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ନୟାଗଡ଼ରୁ ୨ଟି ପର୍ଯ୍ୟାୟରେ ରଥ କାଠ ପୁରୀରେ ପହଞ୍ଚତ୍ଥିବା ବେଳେ ସୋମବାର ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି। ଏଥିରେ ସମୁଦାୟ ୧୭ଖଣ୍ଡ ଅସନ ଓ ଧଉରା କାଠ ରହିଛି। ୧୭ ଖଣ୍ଡ କାଠ ମଧ୍ୟରେ ୨୦ଫୁଟିଆ ଅସନ ୧୦ଟି, ୨୦ଫୁଟିଆ ଧଉରା ୬ଟି ଏବଂ ୧୨ ଫୁଟିଆ ଧଉରା କାଠ ଗୋଟିଏ ରହିଛି। ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷରୁ ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକ। ତେବେ ୭୯୬ ଖଣ୍ଡରୁ ଏ ପର୍ଯ୍ୟନ୍ତ ୭୯ଖଣ୍ଡ କାଠ ପହଞ୍ଚତ୍ଥିବା ବେଳେ ବଳକା ୭୧୭ଖଣ୍ଡ କାଠ ପର୍ଯ୍ୟାୟକ୍ରମେ ଆସି ପହଞ୍ଚତ୍ବ ବୋଲି ଭୋଇ ସର୍ଦ୍ଦାର ରବି ଭୋଇ ସୂଚନା ଦେଇଛନ୍ତି। ରଥ ସଂହିତା ଅନୁଯାୟୀ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ତିଥିରେ ରଥକାଠ ପୂଜା ଅନୁକୂଳ ହୋଇଥିଲା। ସେହିପରି ରାମ ନବମୀଠାରୁ କଟକସ୍ଥିତ ସ’ ମିଲିରେ ରଥ କାଠ ଚିରଟ କାର୍ଯ୍ୟ ଆରମ୍ଭ ହୋଇଛି। ଅକ୍ଷୟତୃତୀୟା ତିଥିରେ ରଥ କାର୍ଯ୍ୟ ଅନୁକୂଳ ହେବ। ଏଥିପାଇଁ ରଥ ନିର୍ମାଣରେ ନିୟୋଜିତ ଥିବା ସେବାୟତଙ୍କୁ କରୋନା ଟିକା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri