ସମ୍‌ରେ କୋଭାକ୍ସିନର ୩ୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): କୋଭିଡ୍‌-୧୯ ବିରୋଧରେ ବହୁ ପ୍ରତୀକ୍ଷିତ ‘କୋଭାକ୍ସିନ’ ଟିକାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସ୍ଥାନୀୟ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲରେ ଆରମ୍ଭ ହୋଇଛି। ହସ୍ପିଟାଲର ପ୍ରିଭେଣ୍ଟିଭ ଆଣ୍ଡ୍‌ ଥେରାପ୍ୟୁଟିକ୍‌ କ୍ଲିନିକାଲ ଟ୍ରାଏଲ ୟୁନିଟ୍‌ (ପିଟିସିଟିୟୁ)ରେ ପ୍ରଥମଦିନ ଦୁଇଜଣ ଭଲ୍ୟୁଣ୍ଟିୟରଙ୍କୁ ଏହି ଟିକା ଦିଆଯାଇଥିବା କୋଭାକ୍ସିନ ହ୍ୟୁମାନ ଟ୍ରାଏଲ୍‌ର ପ୍ରିନ୍ସିପାଲ ଇନଭେଷ୍ଟିଗେଟର ପ୍ରଫେସର ଇ. ଭେଙ୍କଟ ରାଓ ଶୁକ୍ରବାର ସୂଚନା ଦେଇଛନ୍ତି।
ପ୍ରଫେସର ରାଓ କହିଛନ୍ତି, କୋଭାକ୍ସିନ ଟିକାର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ଏହାର ନିରାପତ୍ତା ପ୍ରତି ଧ୍ୟାନ ଦିଆଯାଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଏହାର ରୋଗ ପ୍ରତିରୋଧକ ଶକ୍ତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ତୃତୀୟ ପର୍ଯ୍ୟାୟ ପରୀକ୍ଷଣରେ ଏହି ଟିକାର କାର୍ଯ୍ୟକାରିତା ଉପରେ ଦୃଷ୍ଟି ନିବଦ୍ଧ ରହିବ। ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରେ ମନୁଷ୍ୟ ଶରୀରରେ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ହେଉଛି କି ନାହିଁ ତାହା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ମନୁଷ୍ୟ ରକ୍ତରେ ସୃଷ୍ଟି ହେଉଥିବା ଆଣ୍ଟିବଡିର ସ୍ତର ଉପରେ ଲକ୍ଷ୍ୟ ରଖାଯାଇଥିଲା ଏବଂ ଏହା ଏହି ସଂକ୍ରମଣରୁ ରକ୍ଷା କରିବାକୁ ସମର୍ଥ କି ନୁହେଁ ଏହା ଦେଖାଯାଇଥିଲା। ତୃତୀୟ ପର୍ଯ୍ୟାୟରେ ଏହି ଟିକା ଦିଆଯାଇଥିବା ମନୁଷ୍ୟମାନଙ୍କ ଶରୀରରେ ଏହା ରୋଗକୁ ପ୍ରତିରୋଧ କରିପାରୁଛି କି ନାହିଁ ତାହା ଆକଳନ କରାଯିବ ବୋଲି ସେ କହିଛନ୍ତି। ତେବେ ଏହି ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଗୁରୁତ୍ୱପୂର୍ଣ୍ଣ ଓ ସମୟ ସାପେକ୍ଷ ହେବ। କାରଣ ଆମକୁ ଟିକା ନେଇଥିବା ଲୋକଙ୍କ ମଧ୍ୟରେ ସଂକ୍ରମଣର ହାର ନିର୍ଦ୍ଧାରଣ କରିବାକୁ ପଡ଼ିବ ଏବଂ ଏହା ସେମାନେ ବାସ କରୁଥିବା ସ୍ଥାନର ଜନସଂଖ୍ୟା ଉପରେ ନିର୍ଭରଶୀଳ ହେବ। ଏଥିନିମନ୍ତେ ଦେଶର ପ୍ରାୟ ୨୫୦୦୦ ଭଲ୍ୟୁଣ୍ଟିୟରଙ୍କୁ ମନୋନୟନ କରାଯାଉଛି। ଏହି ପର୍ଯ୍ୟାୟରେ ପ୍ରତ୍ୟେକ ଭଲ୍ୟୁଣ୍ଟିୟରଙ୍କୁ ୨୮ ଦିନ ଅନ୍ତରରେ ୨ଟି ଡୋଜ୍‌ ଟିକା ଦିଆଯିବ। ମାତ୍ର ଏହାର ଅନୁସନ୍ଧାନ ନିମନ୍ତେ ପ୍ରାୟ ୧୨ ମାସ ସମୟ ଲାଗିବ। ତେବେ ଏହି ସ୍ବଦେଶୀ ଟିକାକୁ ଭାରତ ବାୟୋଟେକ୍‌ ଓ ଇଣ୍ଡିଆନ କାଉନ୍‌ସିଲ ଫର୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ପ୍ରସ୍ତୁତ କରୁଥିବାବେଳେ ଏହାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନିମନ୍ତେ ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ ପକ୍ଷରୁ ଅନୁମତି ମିଳିସାରିଛି। ସମ୍‌ ହସ୍ପିଟାଲକୁ ଏହି ପରୀକ୍ଷଣ ନିମନ୍ତେ ଓଡ଼ିଶାର ଏକମାତ୍ର କେନ୍ଦ୍ର ଭାବେ ଆଇସିଏମ୍‌ଆର୍‌ ପକ୍ଷରୁ ମନୋନୀତ କରାଯାଇଛି ବୋଲି ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?