ପୁରୀରେ ପହଞ୍ଚତ୍ଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ ଅଫିସ,୯।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପୂର୍ବରୁ ନୟାଗଡ଼ ବନଖଣ୍ଡରୁ ପ୍ରଥମ ପର୍ଯ୍ୟାୟରେ ୧୦୪ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୪ଗୋଟି କାଠ ପୁରୀ ପହଞ୍ଚତ୍ଥଲା। ତେବେ ଶନିବାର ବୌଦ୍ଧ ବନଖଣ୍ଡରୁ ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚତ୍ଛି। ଏଥିରେ ସମୁଦାୟ ୨୮ ଖଣ୍ଡ ଧଉରା କାଠ ରହିଛି। ୨୮ ଖଣ୍ଡ କାଠ ମଧ୍ୟରେ ୪୦ ଫୁଟିଆ ଧଉରା କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷରୁ ୧୧୮ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୪୭ ଖଣ୍ଡ କାଠର ଆବଶ୍ୟକ ରହିଛି। ତେବେ ୭୪୭ ଖଣ୍ଡରୁ ଏପର୍ଯ୍ୟନ୍ତ ମୋଟ ୩ଟି ପର୍ଯ୍ୟାୟରେ ମୋଟ ୧୫୬ ଖଣ୍ଡ କାଠ ପୁରୀରେ ପହଞ୍ଚତ୍ଥିବା ବେଳେ ବଳକା କାଠ ପର୍ଯ୍ୟାୟ କ୍ରମେ ପହଞ୍ଚତ୍ବ। ସେହିପରି ୮୧ ଖଣ୍ଡ କାଠ କଟକର ସମିଲସ୍ଥିତ ଖପୁରିଆ କରତ କରଠାରେ ପହଞ୍ଚତ୍ ସାରିଛି। ରଥ ସଂହିତା ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ତିଥିରେ ରଥକାଠ ପୂଜା ଅନୁକୂଳ ହୋଇଥିଲା। ସେହିପରୀ ରାମ ନବମୀରେ କଟକସ୍ଥିତ ସ’ ମିଲିରେ ରାଥ କାଠ ଚିରଟ କାର୍ଯ୍ୟ ଆରମ୍ଭ ହୋଇଛି। ସେହିପରି ପରମ୍ପରା ଅନୁଯାୟୀ, ଅକ୍ଷୟତୃତୀୟା ତିଥିରେ ରଥ କାର୍ଯ୍ୟ ଅନୁକୂଳ ହେବାର ବିଧି ରହିଛି। ଆବଶ୍ୟକ ଥିବା ରଥ କାଠଗୁଡିକ ପର୍ଯ୍ୟାୟକ୍ରମେ ପୁରୀକୁ ଆସିବ ବୋଲି ଶ୍ରୀମନ୍ଦିର ବରିଷ୍ଠ ତତ୍ତ୍ୱାବଧାରକ ସୁର୍ଦଶନ ମେକାପ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri