ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ: ୨୬୨ ବୁଥ୍‌କୁ ଗଲେ ନିର୍ବାଚନ କର୍ମଚାରୀ

କୋକସରା,୧୯ା୨(ଡି.ଏନ୍‌.): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ରବିବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୭ ହଜାର ୮୩୯ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ହଜାର ୧୯୬ ପୁରୁଷ ଭୋଟର ଓ ୪୩ ହଜାର ୬୪୧ ମହିଳା ଭୋଟର ରହିଛନ୍ତି। ତେବେ ୨୬୨ ବୁଥ୍‌ରେ ମତାଦାନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ୨୨ ପଞ୍ଚାୟତରେ ୩ ଜିଲା ପରିଷଦ ଆସନ ପାଇଁ ୧୨ଜଣ ଦଳୀୟ ପ୍ରାର୍ଥୀ ଓ ଜଣେ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି । ସେହିପରି ସମିତିସଭ୍ୟ ପ୍ରାର୍ଥୀ ପାଇଁ ୯୬ ଜଣ, ସରପଞ୍ଚ ପାଇଁ ୧୨୩ ଓ ଓ୍ବାର୍ଡ ମେମ୍ବର ପାଇଁ ୨୮୩ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ମୋଟ୍‌ ୫୧୫ ଜଣ ପ୍ରାର୍ଥୀ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସୂଚନା ମିଳିଛି। ତେବେ ୨୬୨ ବୁଥ୍‌ ମଧ୍ୟରୁ ୫ ବୁଥ୍‌ ଅତି ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ସେଗୁଡିକ ହେଲା ଆମପାଣି ପଞ୍ଚାୟତର କୁଟୁରୁ ଓ୍ବାର୍ଡ ୬ ଓ ବିରିମୁହାଣ ଓ୍ବାର୍ଡ ୭, ଡୁଡୁକାଠେଙ୍ଗା ପଞ୍ଚାୟର ଖଳିଗଡ଼ ବୁଥର ୮ ଓ ୯ ନମ୍ବର ୱାର୍ଡ, ବରାଡଙ୍ଗା ପଞ୍ଚାୟତର ଝୁଲେନବର ବୁଥ୍‌ରେ ଓ୍ବାର୍ଡ ୧୧ ରହିଛି। ପିଙ୍କ୍‌ ବୁଥ୍‌ ଭାବେ କୋକସରା ପଞ୍ଚାୟତର ୫ ଓ ୭ ନମ୍ବର ଓ୍ବାର୍ଡ ରହିଥିବା ବେଳେ ଏହି ବୁଥ୍‌ରେ ମହିଳା କର୍ମଚାରୀମାନେ ନିର୍ବାଚନ ପରିଚାଳନା କରିବେ। ଶନିବାର ବ୍ଲକର ୨୨ ପଞ୍ଚାୟତର ୨୬୨ ପୋଲିଂ ବୁଥ୍‌ ପାଇଁ ନିୟୋଜିତ କର୍ମଚାରୀଙ୍କୁ ରିଲିଫ କରାଯାଇଛ। ବିଭିନ୍ନ ଷ୍ଟଲ୍‌ କରି ନିର୍ବାଚନ ପାଇଁ ଆସିଥିବା କର୍ମଚାରୀଙ୍କୁ ଆବଶ୍ୟକ ସମସ୍ତ ଉପକରଣ ସହ ବୁଥ୍‌କୁ ପଠାଯାଇଛି। ବ୍ଲକ ପ୍ରଶାସନର ସମସ୍ତ ପଞ୍ଚାୟତ କର୍ମଚାରୀ, ଶିକ୍ଷକ, ପୋଲିସ କର୍ମଚାରୀ ନିୟୋଜିତ ରହି ପୋଲିଂ ବୁଥ୍‌କୁ ଯିବାପାଇଁ ସମସ୍ତ ଆନୁସଙ୍ଗିକ ସୂଚାରୁ ରୂପେ ହୋଇଥିବା ନେଇ କୋକସରା ବିଡିଓ ତଥା ନିର୍ବାଚନ ଅଧିକାରୀ ମନୀଷା ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri