ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍‌-୧୯ ନମୁନାରେ ଭାଇରାଲ ଲୋଡ୍‌ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକ୍ସନ ଭାଇରାଲ ଲୋଡ୍‌ କମିଛି। ପୂର୍ବରୁ ହାରାହାରି ସିଟି ଭ୍ୟାଲୁ ୧୪ ରୁ ୧୫ ପ୍ରତିଶତ ରହୁଥିଲା। ଏବେ ଏହା ୨୮ ପାଖାପାଖି ରହୁଛି। ଜଣେ ବ୍ୟକ୍ତିର ଯଦି ସିଟି ଭାଲ୍ୟୁ ୩୫ କିମ୍ବା ତା’ଠାରୁ ଅଧିକ ରହିଲେ ତାହା କୋଭିଡ୍‌ ନେଗେଟିଭ୍‌। ଯଦି ସିଟି ଭାଲ୍ୟୁ ୩୫ରୁ କମ୍‌ ରହେ, ତେବେ ବ୍ୟକ୍ତି ଜଣକ କରୋନା ପଜିଟିଭ୍‌ ବୋଲି ଚିହ୍ନଟ ହୁଅନ୍ତି। ସେପଟେ ତୃତୀୟ ଲହରକୁ ନେଇ ଡା. ପରିଡ଼ା କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରରେ ସମସ୍ତ ବର୍ଗର ଲୋକମାନେ ସଂକ୍ରମିତ ହୋଇପାରନ୍ତି। କରୋନା ଭୂତାଣୁ କେବଳ ବଡ଼ ଲୋକଙ୍କୁ ନୁହେଁ, ଶିଶୁମାନଙ୍କୁ ମଧ୍ୟ ସଂକ୍ରମଣ କରିପାରେ। କିନ୍ତୁ ତୃତୀୟ ଲହର ଆସିବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କୋଭିଡ୍‌ କଟକଣା, ଟିକାକରଣ ଓ ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ତୃତୀୟ ଲହର ନିର୍ଭର କରିବ ବୋଲି ସେ କହିଛନ୍ତି। ଭାଇରସର ମ୍ୟୁଟାଣ୍ଟରେ ପରିବର୍ତ୍ତନ ହେଉଛି। ଆଗକୁ ମଧ୍ୟ ପରିବର୍ତ୍ତନ ହୋଇପାରେ। ଏବେ ଭାରତର ୨୮ଟି ଲାବ୍‌ରେ ଜିନମ ସିକ୍ୱେନ୍‌ସିଂ କରାଯାଉଛି। ଏହାଦ୍ୱାରା ଭାଇରସର ମ୍ୟୁଟାଣ୍ଟରେ କିପରି ପରିବର୍ତ୍ତନ ହେବ ଓ ଏହାର ପରିବର୍ତ୍ତିତ ରୂପ କ’ଣ ହେବ ସେ ବିଷୟରେ ଜାଣିପାରିବା ବୋଲି ସେ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟରେ ଲକ୍‌ଡାଉନର ସୁଫଳ ମିଳିଛି। ଯଦି ସରକାର ଅନ୍‌ଲକ ପ୍ରକ୍ରିୟାକୁ ଯିବେ ତେବେ ଲୋକମାନେ କଟକଣାକୁ ମାନନ୍ତୁ। ନଚେତ ପୁଣି ଥରେ ସଂକ୍ରମଣ ବଢ଼ିପାରେ। ଅନ୍ୟ ରାଜ୍ୟରେ ପର୍ଯ୍ୟାୟକ୍ରମେ ଲକ୍‌ଡାଉନର କଟକଣା କୋହଳ କରାଯାଇଛି। ଲୋକମାନେ ଯଦି ସହଯୋଗ କରିବେ ତେବେ କଟକଣାର ଆବଶ୍ୟକ ନାହିଁ ବୋଲି ଡା. ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?