ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍‌-୧୯ ନମୁନାରେ ଭାଇରାଲ ଲୋଡ୍‌ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକ୍ସନ ଭାଇରାଲ ଲୋଡ୍‌ କମିଛି। ପୂର୍ବରୁ ହାରାହାରି ସିଟି ଭ୍ୟାଲୁ ୧୪ ରୁ ୧୫ ପ୍ରତିଶତ ରହୁଥିଲା। ଏବେ ଏହା ୨୮ ପାଖାପାଖି ରହୁଛି। ଜଣେ ବ୍ୟକ୍ତିର ଯଦି ସିଟି ଭାଲ୍ୟୁ ୩୫ କିମ୍ବା ତା’ଠାରୁ ଅଧିକ ରହିଲେ ତାହା କୋଭିଡ୍‌ ନେଗେଟିଭ୍‌। ଯଦି ସିଟି ଭାଲ୍ୟୁ ୩୫ରୁ କମ୍‌ ରହେ, ତେବେ ବ୍ୟକ୍ତି ଜଣକ କରୋନା ପଜିଟିଭ୍‌ ବୋଲି ଚିହ୍ନଟ ହୁଅନ୍ତି। ସେପଟେ ତୃତୀୟ ଲହରକୁ ନେଇ ଡା. ପରିଡ଼ା କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରରେ ସମସ୍ତ ବର୍ଗର ଲୋକମାନେ ସଂକ୍ରମିତ ହୋଇପାରନ୍ତି। କରୋନା ଭୂତାଣୁ କେବଳ ବଡ଼ ଲୋକଙ୍କୁ ନୁହେଁ, ଶିଶୁମାନଙ୍କୁ ମଧ୍ୟ ସଂକ୍ରମଣ କରିପାରେ। କିନ୍ତୁ ତୃତୀୟ ଲହର ଆସିବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କୋଭିଡ୍‌ କଟକଣା, ଟିକାକରଣ ଓ ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ତୃତୀୟ ଲହର ନିର୍ଭର କରିବ ବୋଲି ସେ କହିଛନ୍ତି। ଭାଇରସର ମ୍ୟୁଟାଣ୍ଟରେ ପରିବର୍ତ୍ତନ ହେଉଛି। ଆଗକୁ ମଧ୍ୟ ପରିବର୍ତ୍ତନ ହୋଇପାରେ। ଏବେ ଭାରତର ୨୮ଟି ଲାବ୍‌ରେ ଜିନମ ସିକ୍ୱେନ୍‌ସିଂ କରାଯାଉଛି। ଏହାଦ୍ୱାରା ଭାଇରସର ମ୍ୟୁଟାଣ୍ଟରେ କିପରି ପରିବର୍ତ୍ତନ ହେବ ଓ ଏହାର ପରିବର୍ତ୍ତିତ ରୂପ କ’ଣ ହେବ ସେ ବିଷୟରେ ଜାଣିପାରିବା ବୋଲି ସେ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟରେ ଲକ୍‌ଡାଉନର ସୁଫଳ ମିଳିଛି। ଯଦି ସରକାର ଅନ୍‌ଲକ ପ୍ରକ୍ରିୟାକୁ ଯିବେ ତେବେ ଲୋକମାନେ କଟକଣାକୁ ମାନନ୍ତୁ। ନଚେତ ପୁଣି ଥରେ ସଂକ୍ରମଣ ବଢ଼ିପାରେ। ଅନ୍ୟ ରାଜ୍ୟରେ ପର୍ଯ୍ୟାୟକ୍ରମେ ଲକ୍‌ଡାଉନର କଟକଣା କୋହଳ କରାଯାଇଛି। ଲୋକମାନେ ଯଦି ସହଯୋଗ କରିବେ ତେବେ କଟକଣାର ଆବଶ୍ୟକ ନାହିଁ ବୋଲି ଡା. ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri