ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକସନର ଭାଇରାଲ ଲୋଡ୍‌ କମିଛି। ପୂର୍ବରୁ ସିଟି ଭ୍ୟାଲୁ ୧୪ ରୁ ୧୫ ପ୍ରତିଶତ ରହୁଥିଲା। ଏବେ ଏହା ହାରାହାରି ୨୮ ରହୁଛି।

ସୂଚନା ଅନୁଯାୟୀ, ଜଣେ ବ୍ୟକ୍ତିର ଯଦି ସିଟି ଭାଲ୍ୟୁ ୩୫ କିମ୍ବା ତା’ଠାରୁ ଅଧିକ ରହେ, ତେବେ ତାଙ୍କର କୋଭିଡ୍‌ ନେଗେଟିଭ୍‌। ଯଦି ସିଟି ଭାଲ୍ୟୁ ୩୫ରୁ କମ୍‌ ରହେ ତେବେ ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ୍‌ ଅଟନ୍ତି। ତୃତୀୟ ଲହରକୁ ନେଇ ଅଜୟ ପରିଡ଼ା କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରରେ ସମସ୍ତ ବର୍ଗର ଲୋକମାନେ ସଂକ୍ରମିତ ହୋଇପାରନ୍ତି। କରୋନା ଭୂତାଣୁ କେବଳ ବଡ଼ ଲୋକମାନଙ୍କୁ ନୁହେଁ ଶିଶୁମାନଙ୍କୁ ମଧ୍ୟ ସଂକ୍ରମିତ କରିପାରେ। କିନ୍ତୁ ତୃତୀୟ ଲହର ଆସିବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

କୋଭିଡ୍‌ କଟକଣା, ଟିକାକରଣ ଓ ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ତୃତୀୟ ଲହର ନିର୍ଭର କରିବ ବୋଲି ସେ କହିଛନ୍ତି। ଭାଇରସର ମ୍ୟୁଟାଣ୍ଟରେ ପରିବର୍ତ୍ତନ ହେଉଛି। ଆଗକୁ ମଧ୍ୟ ପରିବର୍ତ୍ତନ ହୋଇପାରେ। ଏବେ ଭାରତର ୨୮ଟି ଲ୍ୟାବରେ ଜିନମ୍‌ ସିକ୍ୱେନସିଂ କରାଯାଉଛି। ଏହାଦ୍ୱାରା ଭାଇରସର ମ୍ୟୁଟାଣ୍ଟରେ କିପରି ପରିବର୍ତ୍ତନ ହେବ ଓ ଏହାର ପରିବର୍ତ୍ତିତ ରୂପ କଣ ହେବ ସେ ବିଷୟରେ ଜାଣିପାରିବା ବୋଲି ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri