ଡରାଇଲାଣି ତୃତୀୟ ଲହର

ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଏଥିରେ ଶିଶୁମାନେ ବିଶେଷ ଭାବେ ପ୍ରଭାବିତ ହେବେ ବୋଲି କୁହାଯାଉଥିବା ବେଳେ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି ା
ଅଦ୍ୟାବଧି ଜିଲାରେ ୩୯ହଜାର ୪୬୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ହଜାର ୯୪୭ ସୁସ୍ଥ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୫୩ ଥିବା ନେଇ ଓଡ଼ିଶା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦ୍ୱିତୀୟ ଲହରରେ ୨୬ଅଗଷ୍ଟ ପର୍ଯ୍ୟନ୍ତ ୧୮ବର୍ଷରୁ କମ୍‌ ୧୫୮ଜଣ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି। ତୃତୀୟ ଲହରର ମୁକାବିଲା କରିବା ପାଇଁ ପିଆର୍‌ଏମ୍‌ ମେଡିକାଲରେ ୧୮୦ଟି ଶଯ୍ୟା, ୨୦ଟି ଆଇସିୟୁ ଓ ୧୦ଟି ଉଚ୍ଚ କ୍ଷମତା ସମ୍ପନ୍ନ ଏଚଡିୟୁ(ହାଇ ଇଣ୍ଟେନସିଭ୍‌ କେୟାର ୟୁନିଟ) ସ୍ଥାପନ କରାଯାଇଛି। ସେହିପରି ଜିଲାର ପ୍ରତ୍ୟେକ ଉପଖଣ୍ଡସ୍ତରରେ ଥିବା ଡାକ୍ତରଖାନାଗୁଡ଼ିକରେ ୫ରୁ ୧୦ଟି ଲେଖାଏ ଶଯ୍ୟା ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକରେ ୨ଟି ଶଯ୍ୟା ଆକ୍ରାନ୍ତଙ୍କ ପାଇଁ ବ୍ୟବସ୍ଥା କରାଯାଇଛି ା ଚିକିତ୍ସା ପାଇଁ ଡାକ୍ତର, ନର୍ସ, ପାରାମେଡିକାଲ କର୍ମଚାରୀଙ୍କୁ ସ୍ବତନ୍ତ୍ର ଭାବେ ତାଲିମ ପ୍ରଦାନ କରାଯାଉଛି ା ଚିକିତ୍ସା ନିମନ୍ତେ ଆବଶ୍ୟକ ସରଞ୍ଜାମ ଓ ଯନ୍ତ୍ରପାତି ଯେଗାଇ ଦେବା ପାଇଁ ବିଭାଗକୁ ଅବଗତ କରାଯାଇଛି। ସେହିପରି ଶିଶୁମାନଙ୍କ ସୁରକ୍ଷା ନିମନ୍ତେ କୋଭିଡ୍‌ ସଚେତନତା ରଥ ଗଁାଗାଁ ବୁଲି ଜନସାଧାରଣଙ୍କୁ ସଚେତନ କରୁଛନ୍ତି। ଜନଗହଳିକୁ ନ ଯିବା ପାଇଁ ପରାମର୍ଶ ଦିଆଯାଉଥିବା ବେଳେ ଟିକାକରଣ ହେଲେ ଅଗ୍ରାଧିକାର ଭିତ୍ତିରେ ଶିଶୁମାନଙ୍କୁ ଟିକା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି ା ୯ମ, ୧୦ମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ବିଦ୍ୟାଳୟ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା ସେହିପରି ପ୍ରତି ବ୍ଳକରେ ତ୍ୱରିତ ସେବା ଯୋଗାଇଦେବା ପାଇଁ ୨୪ଘଣ୍ଟିିଆ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଇଛି ା ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ଗଚ୍ଛିତ ରଖାଯାଇଥିବା ନେଇ ଅତିରିକ୍ତ ଜିଲାପାଳ ପ୍ରକାଶ ଚନ୍ଦ୍ର ବେହେରା କହିଛନ୍ତି। ତୃତୀୟ ଲହର ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲୁ ରହିଥିବା ବେଳେ ସ୍ଥିତି ଅନୁଯାୟୀ ମୁକାବିଲା କରାଯିବ ବୋଲି ଜିଲା ସ୍ବାସ୍ଥ୍ୟ ଓ ଜନକଲ୍ୟାଣ ଅଧିକାରୀ ଡା.ରୂପଭାନୁ ମିଶ୍ର କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?