୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଅଙ୍ଗନାୱାଡି କେନ୍ଦ୍ରରେ ଚାଲିଥିଲା ଅଙ୍ଗନ କି ଉତ୍ସବ। ଗତ ୩ ଦିନ ହେଲା ଏହା ଚାଲିଥିବା ବେଳେ ତାହା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଅଙ୍ଗନବାଡି କେନ୍ଦ୍ରରେ ଶିଶୁଙ୍କ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସେମାନଙ୍କ ଯତ୍ନ, ଅପପୃଷ୍ଟି ରୋକିବା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଅଭିଭାବକଙ୍କୁ ଅବଗତ କରାଯାଇଥିଲା ସେହିପରି ପୁଷ୍ଟିକର ଖାଦ୍ୟ ରୋଷେଇକୁ ନେଇ ଶିଶୁଙ୍କ ପିତାଙ୍କୁ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାଦ୍ୱାରା ଶିଶୁଙ୍କ ଯତ୍ନ କେବଳ ଅଙ୍ଗନାୱାଡି କେନ୍ଦ୍ରର କର୍ମୀ ନୁହେଁ ଅଭିଭାବକଙ୍କ ମଧ୍ୟ ଏ ସମ୍ପର୍କରେ ବ୍ୟାପକ ସଚେତନ ଓ ଦକ୍ଷତା ବୃଦ୍ଧି ପାଇଁ ଏହି ପ୍ରତିଯୋଗିତା କରାଯାଇଥିବା ସିଡିପିଓ ସାଂରାଣୀ ପଣ୍ଡା କହିଛନ୍ତି। ସେହିପରି ଶ୍ରାନିକେତା ଅଙ୍ଗନାୱାଡି କେନ୍ଦ୍ରରେ ଉଦଯାପନୀ ଉତ୍ସବରେ ଭାଜପାର ବରିଷ୍ଠ ନେତା ବିଷ୍ଣୁ ଚରଣ ପ୍ରଧାନଙ୍କ ସମେତ ହରେନ ସାହୁ, ପ୍ରଭାକର ସାହୁ, ମିନକେତନ ସାହୁ, ସଞ୍ଜୀବ ବେହେରା ପ୍ରମୁଖ ପହଞ୍ଚି ଶିଶୁ ଓ ଅଭିଭାବକଙ୍କୁ ଉତ୍ସାହିତ କରିବା ସହ ଅଙ୍ଗନାୱାଡି କର୍ମୀ, ସହାୟିକା ଓ ଆଶା କର୍ମୀଙ୍କୁ ସମ୍ବର୍ଦ୍ଧିତ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଏବେ ସେବା ସଂକଳ୍ପ ଅଭିଯାନ ମାଧ୍ୟମରେ ଶିକ୍ଷାନୁଷ୍ଠାନ ଗୁଡିକରେ ବିଭିନ୍ନ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତା କରାଯାଇ ଛାତ୍ରୀଛାତ୍ର, ଶିଶୁଙ୍କ ଦକ୍ଷତା ବୃଦ୍ଧି ଓ ଲୁକ୍କାୟିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବାକୁ ପ୍ରୟାସ କରାଯାଉଥିବା ଜଣାପଡିଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?