୩ ଦଫା ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୩୦ା୧୧ (ନି.ପ୍ର.)- ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବି ନେଇ ଛେଣ୍ଡିପଦା ବ୍ଲକ ଆମ୍ବପାଳ ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ହିଙ୍ଗୁଳା କୋଇଲା ଖଣି ସମ୍ମୁଖରେ ଆନ୍ଦୋଳନ କରାଯାଇଛି। ସକାଳ ୬ଟାରୁ ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ଜମିହରା ପ୍ରଜା ହିଙ୍ଗୁଳା କୋଇଲା ଖଣି, ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ, ଟାଇମ୍‌ ଅଫିସ ଓ ଶାଳବଣିଆସ୍ଥିତ ପରିବହନ ରାସ୍ତା ଅବରୋଧ କରିଥିଲେ। ଫଳରେ ଖଣିରୁ କୋଇଲା ଉତ୍ପାଦନ ଓ ପରିବହନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଆମ୍ବପାଳ ଗ୍ରାମର ୭୨ ଏକର ଜମି ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ଦ୍ୱାରା ଅଧିଗ୍ରହଣ କରାଯାଇଛି। କିନ୍ତୁ ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ପ୍ରଦାନ କରାଯାଇ ନାହିଁ। ବାରମ୍ବାର ଆପତ୍ତି ଅଭିଯୋଗ ସତ୍ତ୍ୱେ କର୍ତ୍ତୃପକ୍ଷ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ତେଣୁ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ବିଜୟ ମାଝିଙ୍କ ନେତୃତ୍ୱରେ ଧର୍ମାନନ୍ଦ ମାଝି, ଆର୍ତ୍ତତ୍ରାଣ ସେଠୀ, ବୁବୁ ମାଝି, ପ୍ରତାପ ସେଠୀ, କୁନା ସାହୁ, କଳାବତୀ ନାଏକ, ଟିକିନା ବେହେରା, ଧୂଳେଶ୍ୱର ବେହେରା, ନାରାୟଣ ବେହେରା ପ୍ରମୁଖ ଆନ୍ଦୋଳନ କରିଥିଲେ। ପରେ ଗୋପାଳପ୍ରସାଦ ଫାଣ୍ଡି ଅଧିକାରୀଙ୍କ ଉପସ୍ଥିତିରେ ହିଙ୍ଗୁଳା ଖଣି ଉଚ୍ଚପଦସ୍ଥ ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଡିସେମ୍ବର ୧୦ ସୁଦ୍ଧା ଏକ ସବ୍‌ କମିଟି ମାଧ୍ୟମରେ ସମସ୍ୟାର ସମାଧାନ କରାଯିବ ବୋଲି କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବା ପରେ ମଧ୍ୟାହ୍ନରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri