୩ ଦଫା ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୩୦ା୧୧ (ନି.ପ୍ର.)- ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବି ନେଇ ଛେଣ୍ଡିପଦା ବ୍ଲକ ଆମ୍ବପାଳ ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ହିଙ୍ଗୁଳା କୋଇଲା ଖଣି ସମ୍ମୁଖରେ ଆନ୍ଦୋଳନ କରାଯାଇଛି। ସକାଳ ୬ଟାରୁ ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ଜମିହରା ପ୍ରଜା ହିଙ୍ଗୁଳା କୋଇଲା ଖଣି, ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ, ଟାଇମ୍‌ ଅଫିସ ଓ ଶାଳବଣିଆସ୍ଥିତ ପରିବହନ ରାସ୍ତା ଅବରୋଧ କରିଥିଲେ। ଫଳରେ ଖଣିରୁ କୋଇଲା ଉତ୍ପାଦନ ଓ ପରିବହନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଆମ୍ବପାଳ ଗ୍ରାମର ୭୨ ଏକର ଜମି ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ଦ୍ୱାରା ଅଧିଗ୍ରହଣ କରାଯାଇଛି। କିନ୍ତୁ ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ପ୍ରଦାନ କରାଯାଇ ନାହିଁ। ବାରମ୍ବାର ଆପତ୍ତି ଅଭିଯୋଗ ସତ୍ତ୍ୱେ କର୍ତ୍ତୃପକ୍ଷ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ତେଣୁ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ବିଜୟ ମାଝିଙ୍କ ନେତୃତ୍ୱରେ ଧର୍ମାନନ୍ଦ ମାଝି, ଆର୍ତ୍ତତ୍ରାଣ ସେଠୀ, ବୁବୁ ମାଝି, ପ୍ରତାପ ସେଠୀ, କୁନା ସାହୁ, କଳାବତୀ ନାଏକ, ଟିକିନା ବେହେରା, ଧୂଳେଶ୍ୱର ବେହେରା, ନାରାୟଣ ବେହେରା ପ୍ରମୁଖ ଆନ୍ଦୋଳନ କରିଥିଲେ। ପରେ ଗୋପାଳପ୍ରସାଦ ଫାଣ୍ଡି ଅଧିକାରୀଙ୍କ ଉପସ୍ଥିତିରେ ହିଙ୍ଗୁଳା ଖଣି ଉଚ୍ଚପଦସ୍ଥ ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଡିସେମ୍ବର ୧୦ ସୁଦ୍ଧା ଏକ ସବ୍‌ କମିଟି ମାଧ୍ୟମରେ ସମସ୍ୟାର ସମାଧାନ କରାଯିବ ବୋଲି କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବା ପରେ ମଧ୍ୟାହ୍ନରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?