ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ କଂଗ୍ରେସ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି। ଏନେଇ ବୁଧବାର ରାତି ୯ଟାରେ ‘ଏକ୍ସ’ ଜରିଆରେ ରାଜ୍ୟ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶାରେ ମେ’ ୧୩ ତାରିଖରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ପାଇଁ ଗୁରୁବାର ନାମାଙ୍କନ ଦାଖଲ ଶେଷ ହେବ। ଏହା ପୂର୍ବରୁ କଂଗ୍ରେସ ଶେଷ ମୁହୂର୍ତ୍ତରେ ପ୍ରାର୍ଥୀ ବଦଳାଇବାରୁ ଚର୍ଚ୍ଚା ଜୋର ଧରିଛି। ଏହି ଆସନରେ ବିଜେଡିରୁ ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ର ପ୍ରାର୍ଥୀ ହୋଇଛନ୍ତି। ସେହିପରି ବ୍ରହ୍ମପୁରର ପୂର୍ବତନ ଏମ୍‌ପି ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଭାଜପାରୁ ପ୍ରାର୍ଥୀ ହୋଇଛନ୍ତି। କଡ଼ା ମୁକାବିଲା ହେଉଥିବାରୁ ଦିଗପହଣ୍ଡି ଆସନ ଚର୍ଚ୍ଚାରେ ରହିଛି। ଏଠାରେ କଂଗ୍ରେସ କାହିଁକି ପ୍ରାର୍ଥୀ ବଦଳାଇଛି ତାହା ସ୍ପଷ୍ଟ ହୋଇନାହିଁ। ଟିକେଟ କଟିବା ପରେ ଶ୍ରୀଧର କହିଛନ୍ତି, ନିର୍ଭର ପ୍ରତିଶ୍ରୁତି ମିଳିଥିବାରୁ ବୁଧବାର ସେ ନାମାଙ୍କନପତ୍ର ଦାଖଲ କରିଥିଲେ। ଶେଷ ମୁହୂର୍ତ୍ତରେ ପ୍ରଦେଶ କଂଗ୍ରେସ କମିଟି ଟିକେଟ କାଟିଥିବାରୁ ସେ ଅତ୍ୟନ୍ତ ମର୍ମାହତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri