ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବସୀ ଭୟଭିତ ଅବସ୍ଥାରେ ଅଛନ୍ତି। ଦୈନିକ ଜଳପତନ ବୃଦ୍ଧି ହେତୁ ସମୁଦ୍ରର ଉଚ୍ଚ ଜୁଆର ସ୍ଥଳଭାଗକୁ ମାଡିଆସୁଛି। ଏଥିପାଇଁ ବିପଦରେ ପଡିଛି ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମ। ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳ ନିକଟରେ ରହିଥିବାରୁ ସମୁଦ୍ର କୂଳ ଲଙ୍ଘୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ। ଗୁରୁବାର ଉଚ୍ଚ ଜୁଆର ହେତୁ କେ.ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ମତ୍ସ୍ୟଜୀବୀଙ୍କ ପାଇଁ ନିର୍ମିତ ଏକ ସେଡ୍‌ (ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳି) ଭାଙ୍ଗି ସମୁଦ୍ରରେ ଲିନ ହୋଇଯାଇଛି। ଏହାର ଅତିନିକଟରେ କିଛି ଘରଥିବାରୁ ବସବାସ କରୁଥିବା ପରିବାର ଭୟଭିତ ଅବସ୍ଥାରେ ଅଛନ୍ତି। ଶୁକ୍ରବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର କେ.ଆର୍ଯ୍ୟପଲ୍ଲୀ,ସାନଆର୍ଯ୍ୟପଲ୍ଲୀ ଓ ବଡଆର୍ଯ୍ୟପଲ୍ଲୀ ଗ୍ରାମର କିଛି ବ୍ୟକ୍ତି ଶ୍ରୀ ଓଁକାରେଶ୍ୱର ମନ୍ଦିର ପରିସରରେ ଏକାଠି ହୋଇଥିଲେ। ଏହାର ସ୍ଥାୟୀ ପ୍ରତିକାର ସହ ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଆଲୋଚନା ହୋଇଥିଲା। ଯଦି ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବ ତେବେ ମାନଚିତ୍ରରୁ ଆର୍ଯ୍ୟପଲ୍ଲୀ ଲିଭିଯିବ ବୋଲି ଆଲୋଚନା ବେଳେ ମତ ପ୍ରକାଶ ପାଇଥିଲା। ଏନେଇ ସମ୍ପୃକ୍ତ ବ୍ୟକ୍ତିମାନେ ଖୁବଶ୍ରୀଘ ଗଞ୍ଜାମ ଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ ଅବଗତ କରାଇ ଆଲୋଚନା କରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିବା ଶ୍ରମିକ ନେତା ପ୍ରଶାନ୍ତ କର କହିଛନ୍ତି। ଏହି ବୈଠକରେ ଏମ.ଗୁମାଲି, ଏମ.ଦିଲ୍ଲିପ, ଡବୁଲୁ ରାମେୟା, କାହ୍ନୁଚରଣ ବେହେରାଙ୍କ ସହ ମତ୍ସ୍ୟଜୀବୀମାନେ ଉପସ୍ଥିତ ଥିଲେ। ଏବେବି ଗ୍ରାମବାସୀ ଭୟଭିତ ଅବସ୍ଥାରେ ରହିଛନ୍ତି। ଆଗକୁ ବଡ ଜୁଆର ଆସିଲେ ସେଠାରେ ଥିବା ଛୋଟ ଛୋଟ ମନ୍ଦିର ମଧ୍ୟ ସମୁଦ୍ରରେ ମିଶିଯିବ। ନିକଟରେ ଥିବା ଗାଁ ଭିତରକୁ ମଧ୍ୟ ସମୁଦ୍ରପାଣି ଆସିଯିବ ବୋଲି କେ.ଆର୍ଯ୍ୟପଲ୍ଲୀବାସୀ ପ୍ରକାଶ କରିଛନ୍ତି। ଗ୍ରାମବାସୀ କହିଛନ୍ତି ଯେ, ଜୁଆର ମାଡରେ ରାସ୍ତା ନଷ୍ଟ ହୋଇଗଲାଣି। ପୂର୍ବରୁ ସମୁଦ୍ର ଗ୍ରାମଠାରୁ ୨ କି.ମି. ଦୂରରେ ଥିଲା। ଏବେ ମାତ୍ର ଏକ ଶହରୁ ଦୁଇ ଶହ ମିଟର ଦୂରରେ ରହିଛି। ଏଯାବତ କୌଣସି ପ୍ରଶାସନିକ ଅଧିକାରୀ ଉକ୍ତ ଅଞ୍ଚଳ ପରିଦର୍ଶନ କରି ନ ଥିବା ଗ୍ରାମବାସୀ କହିଛନ୍ତି। ସୂଚନାଯୋଗ୍ୟ ଜୁଆର ମାଡ଼ରେ ବହୁ ଡଙ୍ଗା ମଧ୍ୟ ନଷ୍ଟ ହେଉଛି। ଡଙ୍ଗା ରଖିବାକୁ ଆବଶ୍ୟକୀୟ ସ୍ଥାନ ନ ଥିବାରୁ ମତ୍ସ୍ୟଜୀବୀମାନେ ଗୋଟିଏ ସ୍ଥାନରେ ରଖୁଛନ୍ତି। ଫଳରେ ଡଙ୍ଗାକୁ ଡଙ୍ଗା ମାଡ଼ ହୋଇ ନଷ୍ଟ ହେଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri