ବାଘଛାଲ ବିକ୍ରି ବେଳେ ଧରାପଡ଼ିଲେ

ଦେବଗଡ଼,୨୧ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି(୪୫), ନାକଟିଦେଉଳ ଥାନା ତିଲେଇମାଳ ଗ୍ରାମର ରତିଆ କିଡୋ(୨୯), ଅଜିତ କୁମାର ଲାକ୍ରା(୩୦), ଜମନକିରା ଥାନା ଗୁଳଜିପାଲି ଗ୍ରାମର ପଦ୍ମନାଭ ଦଣ୍ଡପାଟ(୬୬)।

ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଅନ୍ତର୍ଗତ ନାକଟିଦେଉଳ ଫରେଷ୍ଟ ରେଞ୍ଜ ଜଙ୍ଗଲ ମଧ୍ୟରୁ ଏକ କଲରାପତରିଆ ବାଘ ଶିକାର ପରେ ଏହାର ଛାଲକୁ ବିକ୍ରି ପାଇଁ ଉଦ୍ୟମ ହେଉଥିଲା। ଏନେଇ ଦେବଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡଙ୍ଗୀ କୌଣସି ସୂତ୍ରରୁ ସୂଚନା ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଦେବଗଡ଼ ରେଞ୍ଜର ଦେବଦତ୍ତ ନନ୍ଦ, ରିଆମାଳ ରେଞ୍ଜର ମହେନ୍ଦ୍ର ସାହୁ, ଦେବଗଡ ଫରେଷ୍ଟର ପ୍ରସନ୍ନ ସାହୁ, ଲଇମୁରା ଫରେଷ୍ଟର ଛବିଳ ବେହେରା, ଦେବଗଡ଼ ଫରେଷ୍ଟଗାର୍ଡ ଭୋଳେଶ୍ୱର ସାହୁ ଓ ତିଲେଇବଣି ଫରେଷ୍ଟ ଗାର୍ଡ ଅଶୋକ ପାନ୍ନାଙ୍କୁ ନେଇ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିଲା। ଉପରୋକ୍ତ ବେପାରୀମାନେ ମଙ୍ଗଳବାର ସନ୍ଧ୍ୟାରେ ନାକଟିଦେଉଳ ପଟୁ ରିଆମାଳ ଆଡକୁ ଆସୁଥିଲେ। ବନ ବିଭାଗ ସ୍ବତନ୍ତ୍ର ସ୍କ୍ବାଡ୍‌ ରିଆମାଳ-ନାକଟିଦେଉଳ ମଧ୍ୟରେ ଥିବା ରିଆମାଳ ଫରେଷ୍ଟ ରେଞ୍ଜ ସିନ୍ଦୁରକଲି ଜଙ୍ଗଲ ରାସ୍ତାରେ କାବୁ କରିଥିଲେ। ବାଘଛାଲ ଓ ୬ଟି ମୋବଇଲ ଫୋନ ଜବତ କରିଥିଲେ। ସେମାନଙ୍କୁ ପଚରାଉଚରା ପରେ ବୁଧବାର ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri