ଟିଟିଲାଗଡ଼ ରେଳ ଓଭରବ୍ରିଜ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ଟିଟିଲାଗଡ଼,୧୦।୪(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୈର୍ଘ୍ୟ ଏକ ରେଳ ଓଭରବ୍ରିଜ୍‌ (ଆର୍‌ଓବି)ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟିଟିଲାଗଡ଼ ଏକ ଗୁରୁତ୍ୱପୂର୍ଣ୍ଣ ରେଳ ଜଙ୍କ୍‌ସନ। ଓଭରବ୍ରିଜ୍‌ ନିର୍ମାଣ ହେବା ଦ୍ୱାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ହେବ। ଟିଟିଲାଗଡ଼ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡ଼ା ଅଞ୍ଚଳର ଜନସାଧାରଣ ଉପକୃତ ହେବେ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଟିଟିଲାଗଡ଼ ସହରରେ ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହି ଆର୍‌ଓବି ସହିତ ଟିଟିଲାଗଡ଼ରେ ଆଧୁନିକ ବସ୍‌ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି। ଏହିସବୁ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ରାଜ୍ୟରେ ସଡ଼କ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି। ଭିତ୍ତିଭୂମି ସମସ୍ତଙ୍କ ସମ୍ପତ୍ତି। ତେଣୁ ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ବିକାଶ ଲାଗି ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ସଡ଼କ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି। ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି, ଟିଟିଲାଗଡ଼ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ। ରେଳ ଓଭରବ୍ରିଜ୍‌ ସହିତ ଟିଟିଲାଗଡ଼ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସେ ଆଲୋକପାତ କରିଛନ୍ତି। ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂଦେଓ କହିଛନ୍ତି, ଟିଟିଲାଗଡ଼ ଜନସାଧାରଣଙ୍କ ଏକ ଦୀର୍ଘଦିନର ସ୍ବପ୍ନ ପୂରଣ ହେଲା। ପଶ୍ଚିମ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁର୍ବଳତା ରହିଛି। ଏହାସହ ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ କହିଛନ୍ତି, ଟିଟିଲାଗଡ଼ର ସବୁ ଲୋକଙ୍କ ପାଇଁ ଆନନ୍ଦର ଦିନ। ପଶ୍ଚିମ ଓଡ଼ିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାକୁ କେତେ ପ୍ରାଥମିକତା ଦେଉଛନ୍ତି ଏଥିରୁ ଏହା ସହଜରେ ଅନୁମେୟ। ଏହି ଅବସରରେ ବଲାଙ୍ଗୀର ଜିଲାର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri