ଟିଟିଲାଗଡ଼ ରେଳ ଓଭରବ୍ରିଜ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ଟିଟିଲାଗଡ଼,୧୦।୪(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୈର୍ଘ୍ୟ ଏକ ରେଳ ଓଭରବ୍ରିଜ୍‌ (ଆର୍‌ଓବି)ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟିଟିଲାଗଡ଼ ଏକ ଗୁରୁତ୍ୱପୂର୍ଣ୍ଣ ରେଳ ଜଙ୍କ୍‌ସନ। ଓଭରବ୍ରିଜ୍‌ ନିର୍ମାଣ ହେବା ଦ୍ୱାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ହେବ। ଟିଟିଲାଗଡ଼ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡ଼ା ଅଞ୍ଚଳର ଜନସାଧାରଣ ଉପକୃତ ହେବେ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଟିଟିଲାଗଡ଼ ସହରରେ ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହି ଆର୍‌ଓବି ସହିତ ଟିଟିଲାଗଡ଼ରେ ଆଧୁନିକ ବସ୍‌ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି। ଏହିସବୁ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ରାଜ୍ୟରେ ସଡ଼କ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି। ଭିତ୍ତିଭୂମି ସମସ୍ତଙ୍କ ସମ୍ପତ୍ତି। ତେଣୁ ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ବିକାଶ ଲାଗି ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ସଡ଼କ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି। ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି, ଟିଟିଲାଗଡ଼ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ। ରେଳ ଓଭରବ୍ରିଜ୍‌ ସହିତ ଟିଟିଲାଗଡ଼ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସେ ଆଲୋକପାତ କରିଛନ୍ତି। ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂଦେଓ କହିଛନ୍ତି, ଟିଟିଲାଗଡ଼ ଜନସାଧାରଣଙ୍କ ଏକ ଦୀର୍ଘଦିନର ସ୍ବପ୍ନ ପୂରଣ ହେଲା। ପଶ୍ଚିମ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁର୍ବଳତା ରହିଛି। ଏହାସହ ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ କହିଛନ୍ତି, ଟିଟିଲାଗଡ଼ର ସବୁ ଲୋକଙ୍କ ପାଇଁ ଆନନ୍ଦର ଦିନ। ପଶ୍ଚିମ ଓଡ଼ିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାକୁ କେତେ ପ୍ରାଥମିକତା ଦେଉଛନ୍ତି ଏଥିରୁ ଏହା ସହଜରେ ଅନୁମେୟ। ଏହି ଅବସରରେ ବଲାଙ୍ଗୀର ଜିଲାର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri