ପରିବର୍ତ୍ତନ ହେବ ଶାହାରୁଖଙ୍କ ଫିଲ୍ମର ଟାଇଟଲ!

ମୁମ୍ବାଇ: ବଲିଉଡ କିଙ୍ଗ ଖାଁ ଶାହାରୁଖ ଖାଁ ଓ ଦୀପିକା ପାଦୁକୋନଙ୍କ ଫିଲ୍ମ ‘ପଠାନ’ ୨୫ ଜାନୁୟାରୀରେ ରିଲିଜ ହେବାକୁ ପ୍ରସ୍ତୁତ ହୋଇଗଲାଣି । ହେଲେ ଏହି ଫିଲ୍ମଟି ରିଲିଜ୍ ପୂର୍ବରୁ ଚର୍ଚ୍ଚାର ବିଷୟ ପାଲଟି ଯାଇଛି । ଲାଗାତାର ଭାବେ ଫିଲ୍ମକୁ ବୟକଟ କରାଯାଉଥିବା ବେଳେ ଦୀର୍ଘ ୪ ବର୍ଷ ପରେ ଶାହାରୁଖ ବଡ ପରଦାକୁ ଫେରୁଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଉତ୍ସାହ ବି ଦେଖିବାକୁ ମିଳୁଛି । ଇତିମଧ୍ୟରେ ଫିଲ୍ମର ରିଲିଜ ଡେଟକୁ ନେଇ ଫିଲ୍ମ କ୍ରିଟିକ କମାଲ ରାଶିଦ ଖାଁ (କେଆରକେ) ଚମକାଇବା ଭଳି ଏକ ତଥ୍ୟ ଦେଇଛନ୍ତି । କିଛି ମାସ ହେବ କେଆରକେ ଫିଲ୍ମ ପଠାନ ଓ ଏହାର ନିର୍ମାତାଙ୍କୁ କୋଷି ଚାଲିଛନ୍ତି ।
ସୂଚନାଯୋଗ୍ୟ, ଦୀପିକା ପାଦୁକୋନଙ୍କ ଗେରୁଆ ରଙ୍ଗର ବିକିନିିରେ ବେଶରମ ରଙ୍ଗର ରିଲିଜ୍ ପରେ ପଠାନ ଫିଲ୍ମ ବିବାହ ଘେରକୁ ଚାଲି ଆସିଛି । କେଆରକେ ଏବେ ଦାବି କରିଛନ୍ତି କି ପଠାନର ରିଲିଜ ତାରିଖ ଘୁଞ୍ଚାଇ ଦିଆଯିବ । ସେ ଆହୁରି ମଧ୍ୟ କହିଛନ୍ତି ଫିଲ୍ମର ଟାଇଟଲ ପରିବର୍ତ୍ତନ କରାଯିବା ସହ ଅରେଞ୍ଜ ବିକିନି ବି ରହିବ ନାହିଁ । ଏହାକୁ ନେଇ କୌଣସି ଅଫିସିଆଲ ଘୋଷଣା କରାଯାଇ ନ ଥିବା ବେଳେ ଏହା ଦିନେ ଦୁଇଦିନ ମଧ୍ୟରେ ଆସିଯିବ ବୋଲି କୁହାଯାଉଛି । କେଆରକେଙ୍କ ଏହି ଟୁଇଟର ପୋଷ୍ଟ ପରେ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କେହି କେହି ଏହାର ରିଭ୍ୟୁ ବନ୍ଦ କରିବାକୁ ବି ଉପଦେଶ ଦେଇଛନ୍ତି ।
ଏହା ପୂର୍ବରୁ ଫିଲ୍ମ ଟ୍ରେଲର ରିଲିଜକୁ ନେଇ କେଆରକେ ଯେଉଁ ଟୁଇଟ କରିଥିଲେ ତାହା ସତ ହୋଇଥିବା ବେଳେ ଏବେ ତାଙ୍କର ଏହି ଟୁଇଟ ବି ସତ ହୋଇପାରେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri