ପରିବର୍ତ୍ତନ ହେବ ଶାହାରୁଖଙ୍କ ଫିଲ୍ମର ଟାଇଟଲ!

ମୁମ୍ବାଇ: ବଲିଉଡ କିଙ୍ଗ ଖାଁ ଶାହାରୁଖ ଖାଁ ଓ ଦୀପିକା ପାଦୁକୋନଙ୍କ ଫିଲ୍ମ ‘ପଠାନ’ ୨୫ ଜାନୁୟାରୀରେ ରିଲିଜ ହେବାକୁ ପ୍ରସ୍ତୁତ ହୋଇଗଲାଣି । ହେଲେ ଏହି ଫିଲ୍ମଟି ରିଲିଜ୍ ପୂର୍ବରୁ ଚର୍ଚ୍ଚାର ବିଷୟ ପାଲଟି ଯାଇଛି । ଲାଗାତାର ଭାବେ ଫିଲ୍ମକୁ ବୟକଟ କରାଯାଉଥିବା ବେଳେ ଦୀର୍ଘ ୪ ବର୍ଷ ପରେ ଶାହାରୁଖ ବଡ ପରଦାକୁ ଫେରୁଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଉତ୍ସାହ ବି ଦେଖିବାକୁ ମିଳୁଛି । ଇତିମଧ୍ୟରେ ଫିଲ୍ମର ରିଲିଜ ଡେଟକୁ ନେଇ ଫିଲ୍ମ କ୍ରିଟିକ କମାଲ ରାଶିଦ ଖାଁ (କେଆରକେ) ଚମକାଇବା ଭଳି ଏକ ତଥ୍ୟ ଦେଇଛନ୍ତି । କିଛି ମାସ ହେବ କେଆରକେ ଫିଲ୍ମ ପଠାନ ଓ ଏହାର ନିର୍ମାତାଙ୍କୁ କୋଷି ଚାଲିଛନ୍ତି ।
ସୂଚନାଯୋଗ୍ୟ, ଦୀପିକା ପାଦୁକୋନଙ୍କ ଗେରୁଆ ରଙ୍ଗର ବିକିନିିରେ ବେଶରମ ରଙ୍ଗର ରିଲିଜ୍ ପରେ ପଠାନ ଫିଲ୍ମ ବିବାହ ଘେରକୁ ଚାଲି ଆସିଛି । କେଆରକେ ଏବେ ଦାବି କରିଛନ୍ତି କି ପଠାନର ରିଲିଜ ତାରିଖ ଘୁଞ୍ଚାଇ ଦିଆଯିବ । ସେ ଆହୁରି ମଧ୍ୟ କହିଛନ୍ତି ଫିଲ୍ମର ଟାଇଟଲ ପରିବର୍ତ୍ତନ କରାଯିବା ସହ ଅରେଞ୍ଜ ବିକିନି ବି ରହିବ ନାହିଁ । ଏହାକୁ ନେଇ କୌଣସି ଅଫିସିଆଲ ଘୋଷଣା କରାଯାଇ ନ ଥିବା ବେଳେ ଏହା ଦିନେ ଦୁଇଦିନ ମଧ୍ୟରେ ଆସିଯିବ ବୋଲି କୁହାଯାଉଛି । କେଆରକେଙ୍କ ଏହି ଟୁଇଟର ପୋଷ୍ଟ ପରେ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କେହି କେହି ଏହାର ରିଭ୍ୟୁ ବନ୍ଦ କରିବାକୁ ବି ଉପଦେଶ ଦେଇଛନ୍ତି ।
ଏହା ପୂର୍ବରୁ ଫିଲ୍ମ ଟ୍ରେଲର ରିଲିଜକୁ ନେଇ କେଆରକେ ଯେଉଁ ଟୁଇଟ କରିଥିଲେ ତାହା ସତ ହୋଇଥିବା ବେଳେ ଏବେ ତାଙ୍କର ଏହି ଟୁଇଟ ବି ସତ ହୋଇପାରେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri