Posted inଜାତୀୟ

କଂଗ୍ରେସର ମଜାକ୍‌ ଉଡାଇଲା ଟିଏମ୍‌ସି

କୋଲକତା,୨୦।୧୦: ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ୪୦ ପ୍ରତିଶତ ମହିଳା ପ୍ରାର୍ଥୀ ଦେବା ପାଇଁ କଂଗ୍ରେସ ଦଳ ଘୋଷଣା କରିଛି। କଂଗ୍ରେସର ଏଭଳି ନିଷ୍ପତ୍ତିକୁ ତୃଣମୂଳ କଗ୍ରେସ(ଟିଏମ୍‌ସି)ଉପହାସ କରିଛି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ଘୋଷଣା କରିଛନ୍ତି, ତାଙ୍କ ଦଳ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମହିଳାମାନଙ୍କୁ ୪୦ ପ୍ରତିଶତ ଟିକେଟ ଦେବ।
ଟିଏମ୍‌ସି ପକ୍ଷରୁ ଟୁଇଟ ଯୋଗେ କୁହାଯାଇଛି ଯେ, ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଗ୍ରେସ ଦେଶର ରାଜନୀତିରେ ମହିଳାଙ୍କ ଅଂଶଗ୍ରହଣକୁ ଅଧିକ ପ୍ରାଥମିକତା ଦେଇଛି। ଟିଏମ୍‌ସି ପ୍ରଥମ ଦଳ ଯିଏକି ଲୋକସଭା ନିର୍ବାଚନରେ ମହିଳାମାନଙ୍କୁ ୪୦ ପ୍ରତିଶତ ଆସନ ଦେଇଥିଲା। ଏଭଳି କଠିନ ସମୟରେ କଂଗ୍ରେସ ଆମ ନୀତି ଅନୁକରଣ କରିବାକୁ ଚେଷ୍ଟା କରୁଛି ଏବଂ ଆମେ ଆଶା କରୁଛୁ ଏହା କେବଳ କଥାରେ ନୁହେଁ, ବାସ୍ତବରେ କରାଯିବ। ଯଦି ସେମାନେ ଏହାକୁ ଗମ୍ଭୀରତାର ସହ ନିଅନ୍ତି ତେବେ ସେମାନେ ଉତ୍ତରପ୍ରଦେଶ ବ୍ୟତୀତ ଅନ୍ୟ ରାଜ୍ୟରେ ମହିଳାମାନଙ୍କୁ ୪୦ ପ୍ରତିଶତ ସିଟ ଦେବା ଉଚିତ୍‌ ବୋଲି ଟିଏମ୍‌ସି ପକ୍ଷରୁ କୁହାଯାଇଛି।
ମମତା ବାନାର୍ଜୀ ନେତୃତ୍ୱାଧୀନ ଦଳର ସମାଲୋଚନା ଏପରି ଏକ ସମୟରେ ଆସିଛି ଯେତେବେଳେ ଉଭୟ କଂଗ୍ରେସ ଏବଂ ଟିଏମସି ଭାରତୀୟ ଜନତା ପାର୍ଟି ବିରୋଧରେ ବିରୋଧୀ ଦଳର ନେତୃତ୍ୱ ନେବାକୁ ଚେଷ୍ଟା କରୁଛନ୍ତି। କଂଗ୍ରେସର ବରିଷ୍ଠ ନେତା ପ୍ରଦୀପ ଭଟ୍ଟାଚାର୍ଯ୍ୟ କହିଛନ୍ତି ଯେ ରାଜନୀତିରେ ମହିଳା ସଶକ୍ତିକରଣ ବିଷୟରେ ଦଳ ତୃଣମୂଳ କଂଗ୍ରେସରୁ ଶିଖିବା ଆବଶ୍ୟକ ନାହିଁ। ଟିଏମ୍‌ସି କଂଗ୍ରେସକୁ ଅନୁକରଣ କରିବାକୁ ଚେଷ୍ଟା କରୁଛି ଏବଂ ଆମର ନେତାମାନଙ୍କୁ ନିଜ ଆଡକୁ ଟାଣିବାକୁ ଚେଷ୍ଟା କରୁଛି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri