କାମ ସରିବା ପରେ ଥରେବି ଖୋଲାଯାଇନି ଶୌଚାଳୟ

ନନ୍ଦାହାଣ୍ଡି,୧୭।୪(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚୁ ନାହିଁ। ଖୋଲା ଜାଗାରେ ଶୌଚ ନ କରିବା ପାଇଁ ଲୋକଙ୍କୁ ବୁଝାଇବା ସହିତ ସେମାନଙ୍କ ବ୍ୟବହାର ପାଇଁ ଜନଗହଳି ସ୍ଥାନରେ ଶୌଚାଳୟ ନିର୍ମାଣ କରାଯାଇଛି। କିନ୍ତୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ତିଆରି ହୋଇଥିବା ଶୌଚାଳୟ ଲୋକଙ୍କ କାମରେ ଲାଗୁନି। ଏହାର ଏକ ଉଦାହରଣ ଦଖିବାକୁ ମିଳିଛି ନନ୍ଦାହାଣ୍ଡି ବ୍ଲକ ମୁଖ୍ୟାଳୟରେ। ଏଠାରେ ବ୍ଲକ ଅଫିସ, ପୋଷ୍ଟ ଅଫିସ ଭଳି ସରକାରୀ କାର୍ଯ୍ୟାଳୟ ଓ ବ୍ୟାଙ୍କ ଆଦି ରହିଛି। ଏଠାକୁ ଦୈନିକ ଶତାଧିକ ଲୋକ ଆସୁଛନ୍ତି।
ସେମାନଙ୍କ ସୁବିଧା ପାଇଁ ୨୦୧୬ରେ ଏଠାରେ ୩ଟି ଶୌଚାଳୟ କରାଯାଇଛି। କିନ୍ତୁ ପଞ୍ଚାୟତ ଅଧୀନରେ ଥିବା ଏହି ଶୌଚାଳୟଗୁଡ଼ିକ ତିଆରି ହେବା ପରଠାରୁ ସେଠାରେ ତାଲା ଝୁଲୁଛି। ବ୍ୟବହାର ପାଇଁ ଲୋକେ ଚାବି ଖୋଜି ପାଉ ନ ଥିବା ଅଭିଯୋଗ ହେଉଛି। ଲୋକଙ୍କ ବ୍ୟବହାର ଉଦ୍ଦେଶ୍ୟରେ ତିଆରି ହୋଇଥିବା ଶୌଚାଳୟ କାମରେ ଆସୁ ନ ଥିବାରୁ ସରକାରୀ ଟଙ୍କାର ଅପବ୍ୟବହାର ହେଉଛି ବୋଲି ବୁଦ୍ଧିଜୀବୀ କହିଛନ୍ତି। ତୁରନ୍ତ ଏହାକୁ ଲୋକଙ୍କ ବ୍ୟବହାରରେ ଲଗାଇବାକୁ ଦାବି ହେଉଛି। ଏ ନେଇ ନନ୍ଦାହାଣ୍ଡି ବିଡିଓ କ୍ଷୀରୋଦ ଚନ୍ଦ୍ର ସାହୁଙ୍କୁ ପଚାରିବାରୁ କିଛି ଦିନ ହେବ ଏଠାରେ ଜଏନ କରିଛି। ଘଟଣା ସମ୍ପର୍କରେ ଏବେ ଅବଗତ ହେଲି। ତୁରନ୍ତ ସେଠାକୁ ଯାଇ ଘଟଣାର ତଦନ୍ତ କରି ସମସ୍ୟା ସମାଧାନ କରିବା ଦିଗରେ କାର୍ଯ୍ୟାନୁଷ୍ଠାନ ନେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri