ଶ୍ରେଷ୍ଠ ୧୮ ପ୍ରତିଯୋଗୀ ଜାତୀୟ ସ୍ତରରେ ଭାଗନେବେ

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ଓସେପା ପକ୍ଷରୁ ଚାଲିଥିବା ଦୁଇ ଦିନିଆ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ବୁଧବାର ଶେଷ ହୋଇଛି। କରୋନା କଟକଣା ଯୋଗୁ ଛାତ୍ରୀଛାତ୍ରମାନେ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଜିଲା ସ୍ତରରେ କୃତିତ୍ୱ ହାସଲ କରିଥିବା ୯୦ଜଣ ପ୍ରତିଯୋଗୀ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୧୮ଜଣ ପ୍ରତିଯୋଗୀଙ୍କୁ ଜାତୀୟସ୍ତରୀୟ କଳା ଉତ୍ସବରେ ଭାଗ ନେବାକୁ ସୁଯୋଗ ମିଳିବ।
କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଉଦ୍‌ଘାଟନ କରି ପିଲାମାନଙ୍କୁ ତଥା ଶିକ୍ଷକ ଓ ଅଭିଭାବକମାନଙ୍କୁ ପାଠପଢ଼ା ସହିତ ପିଲାର ସାମଗ୍ରିକ ଦକ୍ଷତା ବିକାଶ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ। ଏହି ମଅବସରରେ ଗତବର୍ଷର ଜାତୀୟସ୍ତର ବିଜେତା ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ପୁରସ୍କୃତ କରାଯାଇଥିଲା। ଉତ୍ସବରେ ଓସେପାର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କ କଳା ଓ ସଂସ୍କୃତି ପାଇଁ ଆଗ୍ରହ ତଥା ସାମଗ୍ରିକ ବିକାଶର ଉନ୍ନତି ଉପରେ ଗୁରୁତ୍ୱାରୋପ କରିଥିଲେ। କଳା ଓ ସଂସ୍କୃତି ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳାକୁ ଦେଶ ତଥା ବିଶ୍ୱସମୂହରେ ପହଞ୍ଚାଇବା ପାଇଁ ପିଲାଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କରିବା ସହ ଉତ୍ସାହିତ କରିଥିଲେ। ବିଦ୍ୟାର୍ଥୀଙ୍କ ପ୍ରତିଯୋଗିତା ମୂଲ୍ୟାୟନ ଏକ ସ୍ବତନ୍ତ୍ର ବିଚାରକ ମଣ୍ଡଳୀ ଦ୍ୱାରା କରାଯାଇଥିଲା। ୯ ବିଭାଗରେ ପ୍ରତିଯୋଗିତା କରାଯାଇଥିଲା। ସେଗୁଡ଼ିକ ମଧ୍ୟରୁ ଭୋକାଲ ଶାସ୍ତ୍ରୀୟ ସଙ୍ଗୀତ, ଶାସ୍ତ୍ରୀୟ ନୃତ୍ୟ, ଲୋକ ନୃତ୍ୟ, ବାଦ୍ୟଯନ୍ତ୍ର ଶାସ୍ତ୍ରୀୟ, ବାଦ୍ୟଯନ୍ତ୍ର ଲୋକ ଏବଂ ସ୍ବଦେଶୀ ଖେଳ ଇତ୍ୟାଦି ଅନ୍ୟତମ ଥିଲା। ଓସେପାର ଅତିରିକ୍ତ ନିର୍ଦ୍ଦେଶକ ପ୍ରଦୀପ କୁମାର ନାୟକ ଓ ଉପ ନିର୍ଦ୍ଦେଶିକା କଳ୍ପନା ହାଁସଦା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri