ପାହାଡ଼ରେ ବସିଲା ଟାୱାର

ଖଇରା,୧୪।୬ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡ଼ର ୧୬.୫ବର୍ଗ କିମି ଅଞ୍ଚଳରେ ହାତୀଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖିବାକୁ ଓ ହାତୀ ଆକ୍ରମଣରୁ ପାହାଡ଼ତଳି ବସ୍ତିବାସିନ୍ଦାକୁ ସୁରକ୍ଷା ଦେବାକୁ ବଡ଼ବିଲ ଗ୍ରାମ ନିକଟସ୍ଥ ପାହାଡ଼ରେ ଏକ ଟାୱାର ପ୍ରତିଷ୍ଠା କରାଯାଇଛି। ଉକ୍ତ ଟାୱାର କାର୍ଯ୍ୟକ୍ଷମ ହେବା ପରେ ଭୟରେ ଦିନ କାଟୁଥିବା ୫ ପଞ୍ଚାୟତବାସୀଙ୍କୁ ସାମାନ୍ୟ ଆଶ୍ୱସ୍ଥି ମିଳିଛ। ୧୦ବର୍ଷ ମଧ୍ୟରେ ହାତୀପଲ ପାହାଡ଼ ସଂଲଗ୍ନ ବିଭିନ୍ନ ଗ୍ରାମକୁ ପଶିଆସି ବ୍ୟାପକ ଧନଜୀବନ କ୍ଷୟକ୍ଷତି ଘଟାଇ ଚାଲିଥିବାରୁ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି ହୋଇ ଆସୁଥିଲା। ବନବିଭାଗ ପକ୍ଷରୁ ହାତୀଙ୍କ ଗତିବିଧି ଅନୁଧ୍ୟାନ କରାଯିବା ସହ ଆଗୁଆ ସତର୍କ ସୂଚନା ପାଇଁ ଉକ୍ତ ଟାୱାର ବସାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଜାନୁଆରୀ ମାସରୁ ଏହି କାର୍ଯ୍ୟ ଆରମ୍ଭ ହୋଇ ନିକଟରେ ଶେଷ ହେବା ସହ କାର୍ଯ୍ୟକ୍ଷମ ମଧ୍ୟ ହୋଇଛି। ଏଥିପାଇଁ ୨୦ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏ ସମ୍ପର୍କରେ ରେଞ୍ଜର ବବିତା ସୋରେନଙ୍କୁ ପଚାରିବାରୁ ଟାଓ୍ବାର ପ୍ରତିଷ୍ଠା ହେବା ଦ୍ୱାରା ହାତୀମାନଙ୍କର ଗତିବିଧି ଜାଣିବା ସହ ବନ୍ୟଜନ୍ତୁ ଶିକାରୀମାନଙ୍କୁ ଠାବକରି ସେମାନଙ୍କୁ ଧରାଯାଇପାରିବ ବୋଲି କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨ବର୍ଷ ତଳେ ହାତୀ ଆକ୍ରମଣରେ କୁଟୀରପାଳ ଗ୍ରାମର ଜଟିଆ ନାଇକି ଓ କିଛି ଦିନ ତଳେ କଇଥଗଡ଼ିଆ ଗ୍ରାମର ସୋମବାରୀ ସିଂ ହାତୀ ଆକ୍ରମଣରେ ମୃତ୍ୟୁ ବରଣ କରିଥିଲେ। ଏନେଇ ପାହାଡ଼ ତଳି ଅଞ୍ଚଳ ବାସିନ୍ଦା ଭୟରେ ଜୀବନ ବିତାଉଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri