ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ବୁଲା କୁକୁର ଓ ଗୋରୁ ଜମା ହୋଇ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛନ୍ତି। ଏଥିପାଇଁ ବିଭିନ୍ନ ସମୟରେ ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି। ପାରଳାଖେମୁଣ୍ଡି ପୌରପାଳିକା ଏ ନେଇ କୌଣସି ପଦକ୍ଷେପ ନେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଗୋରୁଙ୍କୁ ମାଲିକମାନେ ଘରେ ଗୁହାଳରେ ବାନ୍ଧି ରଖିବା ବଦଳରେ ବାହାରକୁ ଛାଡ଼ିଦେଉଥିବାରୁ ସେମାନେ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ଛିଡା ହୋଇ ରହି ଲୋକଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛନ୍ତି। ବୁଲା କୁକୁରଗୁଡ଼ିକ ବିଭିନ୍ନ ସମୟରେ ରାସ୍ତାରେ ଲୋକଙ୍କୁ ଆକ୍ରମଣ ମଧ୍ୟ କରୁଛନ୍ତି। ଏଥିଯୋଗୁ ଲୋକେ ଦୁର୍ଘଟଣାର ଶିକାର ହୋଇ ଦୁର୍ଦ୍ଦଶା ଭୋଗୁଛନ୍ତି।
ଗତ ଅଗଷ୍ଟ ମାସରେ ୮୦ରୁ ଊଦ୍ଧର୍‌ବ ଲୋକ କୁକୁର କାମୁଡାର ଶିକାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହୋଇଥିବା ଖବର ମିଳିଛି। ପାରଳା ପୌର ପରିଷଦ ବୁଲା କୁକୁରଙ୍କୁ ନିୟନ୍ତ୍ରଣ ପାଇଁ କିଛି ଯୋଜନା କରୁନି କି ଗୃହପାଳିତ ପ୍ରାଣୀଙ୍କ ପାଇଁ କାଞ୍ଜିଆହୁଦା ନିର୍ମାଣ କରି ସେମାନଙ୍କ ଅବାଧ ବିଚରଣକୁ ରୋକିପାରୁନି। ଗତ ବର୍ଷ ପୌରପାଳିକା ଗୋରୁଗୁଡ଼ିକୁ ନିଜ ହେପାଜତକୁ ନେଇ ମାଲିକମାନଙ୍କଠାରୁ ଜରିମାନା ଆଦାୟ କରିଥିଲା। ଚଳିତବର୍ଷ ତାହା ଦେଖିବାକୁ ମିଳୁନି। ପୌର ପରିଷଦ ହାତବାନ୍ଧି ବସିଛି। ତୁରନ୍ତ ଏହି ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହେଉଛି। ଏନେଇ ସହରବାସୀ ବାରମ୍ବାର ପୌର ପରିଷଦ ନିକଟରେ ଅଭିଯୋଗ କଲେ ମଧ୍ୟ ଏଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ସ୍ଥାନୀୟ ଅଞ୍ଚଳର କାଳିଆ ସାହୁ, ପୂର୍ଣ୍ଣଚନ୍ଦ୍ର ସୁଆର, ଗଣେଶ ପାତ୍ର ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପୌରପାଳିକା ନିର୍ବାହୀଯନ୍ତ୍ରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କୁ ପଚାରିବାକୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri