ରାସ୍ତାକୁ ଓହ୍ଲାଇଲେ ବଡ଼ଝରାବାସୀ

ପରଜଙ୍ଗ, ୧୪।୬ (ଡି.ଏନ୍‌.ଏ.)
ଜମି ପାଖଦେଇ ଯାଇଛି କେନାଲ। ହେଲେ ବିଲକୁ ମାଡୁନି ପାଣି। ସ୍ଥାଣୁ ପାଲଟିଛି ବସୁଧା ପ୍ରକଳ୍ପ। ଏନ୍‌ଏଚ୍‌ ସମ୍ପ୍ରସାରଣରେ ବିଲବାଡ଼ି କ୍ଷତିଗ୍ରସ୍ତ ହୋଇଗଲାଣି। ବର୍ଷ ବର୍ଷ ଧରି ଏଭଳି ସମସ୍ୟା ଲାଗି ରହିଥିବାବେଳେ ଏହାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବଡ଼ଝରା ଗ୍ରାମବାସୀ। ୪ ଦଫା ଦାବିରେ ସେମାନେ ସୋମବାର ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ଯାଏ ଦୀର୍ଘ ୪ ଘଣ୍ଟା ଧରି ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା।
ଅଭିଯୋଗ ଅନୁଯାୟୀ, ୧୯୯୨ରୁ ଗ୍ରାମ ନିକଟ ଦେଇ ରେଙ୍ଗାଳି ବାମ ପାର୍ଶ୍ୱ ମୁଖ୍ୟ କେନାଲ ଖୋଳାଯାଇଛି। ତେବେ ନିର୍ମାଣରେ ତ୍ରୁଟି ଯୋଗୁ ୬୦୦ ଏକରରୁ ଊର୍ଦ୍ଧ୍ୱ ଜମିକୁ ପାଣି ମାଡୁନି। କେନାଲରୁ ଉଠା ଜଳସେଚନ ପଏଣ୍ଟ ମାଧ୍ୟମରେ ଜମିକୁ ପାଣି ଯୋଗାଇ ଦେବାକୁ ୨୦୧୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଥିଲେ। ଏ ବାବଦକୁ ୧ କୋଟି ୬୯ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁର କରାଯାଇଥିଲା। ତେବେ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ଅର୍ଥ ପାଣିରେ ପଡ଼ିଛି। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ ସୁଫଳ ମିଳୁନାହିଁ। ଫଳରେ ଚାଷୀ ପ୍ରତିବର୍ଷ ମରୁଡ଼ିର ଶିକାର ହେଉଛି। ଗ୍ରାମର ଦକ୍ଷିଣ ପାର୍ଶ୍ୱରେ ୪ ଲେନ୍‌ ବିଶିଷ୍ଟ ୫୩ନଂ.ଏନ୍‌ଏଚ୍‌ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହାଦ୍ୱାରା ଚାଷୀ ଚାଷଜମି ହରାଉଛି। ହେଲେ ବିଭାଗୀୟ ଅଧିକାରୀମାନେ ଏହାକୁ ଚିହ୍ନଟ କରି କ୍ଷତିପୂରଣ ଦେଉନାହାନ୍ତି। ମୁକ୍ତାପଶି, ବାରିହାପୁର ଗ୍ରାମବାସୀଙ୍କ ସୁବିଧା ଦୃଷ୍ଟିରୁ ରାସ୍ତାର ଉଭୟ ପାର୍ଶ୍ୱରେ ସର୍ଭିସ ରୋଡ୍‌, ଡ୍ରେନ୍‌, ସୁରକ୍ଷା ବାଡ଼ ନିର୍ମାଣ କରାଯାଇଛି। ତେବେ ବଡ଼ଝରାବାସୀ ଏହି ସୁବିଧାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ଫଳରେ ଲୋକଙ୍କ ଗମନାଗମନରେ ସମସ୍ୟା ଭୋଗିବାକୁ ପଡୁଛି। ୨୦୧୭ରୁ ଗ୍ରାମରେ ବସୁଧା ଯୋଜନା ମାଧ୍ୟମରେ ପିଇବା ପାଣି ବ୍ୟବସ୍ଥା କରାଯାଇଥିଲା। ତେବେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ତଳମୁଣ୍ଡରେ ପାଣି ପହଞ୍ଚୁନାହିଁ। ଡ୍ରେନ୍‌ ମଧ୍ୟରେ ପାଇପ୍‌ ବିଛା ଯାଇଥିବାରୁ ରୋଗ ବ୍ୟାପିବା ଆଶଙ୍କା ଦେଖାଦେଇଛି। ପଞ୍ଚାୟତ ମୁଖ୍ୟରାସ୍ତାରେ ଥିବା ପଞ୍ଚାୟତ ମାର୍କେଟ କମ୍ପ୍ଲେକ୍ସ ଏବଂ ଢାବା ପାଇଁ ଟ୍ରାଫିକ୍‌ ଜାମ୍‌ ସମସ୍ୟା ସୃଷ୍ଟି ହେଉଛି। ଏସବୁ ସମସ୍ୟା ନେଇ ଗ୍ରାମବାସୀ ଗତ ୨୮ରେ କାମାକ୍ଷାନଗର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଥିଲେ। ସପ୍ତାହକ ମଧ୍ୟରେ ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିଲେ। ସମୟ ସୀମା ମଧ୍ୟରେ ପ୍ରଶାସନ ସମସ୍ୟାର ସମାଧାନ କରିବାରେ ବିଫଳ ହେବାରୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି।
ସୂଚନା ପାଇ କାମାକ୍ଷାନଗର ଉପଜିଲାପାଳ, ପୋଲିସ, ତହସିଲଦାର, ପାନୀୟ ଜଳ ଯୋଗାଣ ବିଭାଗ ଅଧିକାରୀ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ସମସ୍ୟାର ସମାଧାନ ଲାଗି ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri