ରାସ୍ତାକୁ ଓହ୍ଲାଇଲେ ବଡ଼ଝରାବାସୀ

ପରଜଙ୍ଗ, ୧୪।୬ (ଡି.ଏନ୍‌.ଏ.)
ଜମି ପାଖଦେଇ ଯାଇଛି କେନାଲ। ହେଲେ ବିଲକୁ ମାଡୁନି ପାଣି। ସ୍ଥାଣୁ ପାଲଟିଛି ବସୁଧା ପ୍ରକଳ୍ପ। ଏନ୍‌ଏଚ୍‌ ସମ୍ପ୍ରସାରଣରେ ବିଲବାଡ଼ି କ୍ଷତିଗ୍ରସ୍ତ ହୋଇଗଲାଣି। ବର୍ଷ ବର୍ଷ ଧରି ଏଭଳି ସମସ୍ୟା ଲାଗି ରହିଥିବାବେଳେ ଏହାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବଡ଼ଝରା ଗ୍ରାମବାସୀ। ୪ ଦଫା ଦାବିରେ ସେମାନେ ସୋମବାର ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ଯାଏ ଦୀର୍ଘ ୪ ଘଣ୍ଟା ଧରି ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା।
ଅଭିଯୋଗ ଅନୁଯାୟୀ, ୧୯୯୨ରୁ ଗ୍ରାମ ନିକଟ ଦେଇ ରେଙ୍ଗାଳି ବାମ ପାର୍ଶ୍ୱ ମୁଖ୍ୟ କେନାଲ ଖୋଳାଯାଇଛି। ତେବେ ନିର୍ମାଣରେ ତ୍ରୁଟି ଯୋଗୁ ୬୦୦ ଏକରରୁ ଊର୍ଦ୍ଧ୍ୱ ଜମିକୁ ପାଣି ମାଡୁନି। କେନାଲରୁ ଉଠା ଜଳସେଚନ ପଏଣ୍ଟ ମାଧ୍ୟମରେ ଜମିକୁ ପାଣି ଯୋଗାଇ ଦେବାକୁ ୨୦୧୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଥିଲେ। ଏ ବାବଦକୁ ୧ କୋଟି ୬୯ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁର କରାଯାଇଥିଲା। ତେବେ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ଅର୍ଥ ପାଣିରେ ପଡ଼ିଛି। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ ସୁଫଳ ମିଳୁନାହିଁ। ଫଳରେ ଚାଷୀ ପ୍ରତିବର୍ଷ ମରୁଡ଼ିର ଶିକାର ହେଉଛି। ଗ୍ରାମର ଦକ୍ଷିଣ ପାର୍ଶ୍ୱରେ ୪ ଲେନ୍‌ ବିଶିଷ୍ଟ ୫୩ନଂ.ଏନ୍‌ଏଚ୍‌ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହାଦ୍ୱାରା ଚାଷୀ ଚାଷଜମି ହରାଉଛି। ହେଲେ ବିଭାଗୀୟ ଅଧିକାରୀମାନେ ଏହାକୁ ଚିହ୍ନଟ କରି କ୍ଷତିପୂରଣ ଦେଉନାହାନ୍ତି। ମୁକ୍ତାପଶି, ବାରିହାପୁର ଗ୍ରାମବାସୀଙ୍କ ସୁବିଧା ଦୃଷ୍ଟିରୁ ରାସ୍ତାର ଉଭୟ ପାର୍ଶ୍ୱରେ ସର୍ଭିସ ରୋଡ୍‌, ଡ୍ରେନ୍‌, ସୁରକ୍ଷା ବାଡ଼ ନିର୍ମାଣ କରାଯାଇଛି। ତେବେ ବଡ଼ଝରାବାସୀ ଏହି ସୁବିଧାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ଫଳରେ ଲୋକଙ୍କ ଗମନାଗମନରେ ସମସ୍ୟା ଭୋଗିବାକୁ ପଡୁଛି। ୨୦୧୭ରୁ ଗ୍ରାମରେ ବସୁଧା ଯୋଜନା ମାଧ୍ୟମରେ ପିଇବା ପାଣି ବ୍ୟବସ୍ଥା କରାଯାଇଥିଲା। ତେବେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ତଳମୁଣ୍ଡରେ ପାଣି ପହଞ୍ଚୁନାହିଁ। ଡ୍ରେନ୍‌ ମଧ୍ୟରେ ପାଇପ୍‌ ବିଛା ଯାଇଥିବାରୁ ରୋଗ ବ୍ୟାପିବା ଆଶଙ୍କା ଦେଖାଦେଇଛି। ପଞ୍ଚାୟତ ମୁଖ୍ୟରାସ୍ତାରେ ଥିବା ପଞ୍ଚାୟତ ମାର୍କେଟ କମ୍ପ୍ଲେକ୍ସ ଏବଂ ଢାବା ପାଇଁ ଟ୍ରାଫିକ୍‌ ଜାମ୍‌ ସମସ୍ୟା ସୃଷ୍ଟି ହେଉଛି। ଏସବୁ ସମସ୍ୟା ନେଇ ଗ୍ରାମବାସୀ ଗତ ୨୮ରେ କାମାକ୍ଷାନଗର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଥିଲେ। ସପ୍ତାହକ ମଧ୍ୟରେ ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିଲେ। ସମୟ ସୀମା ମଧ୍ୟରେ ପ୍ରଶାସନ ସମସ୍ୟାର ସମାଧାନ କରିବାରେ ବିଫଳ ହେବାରୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି।
ସୂଚନା ପାଇ କାମାକ୍ଷାନଗର ଉପଜିଲାପାଳ, ପୋଲିସ, ତହସିଲଦାର, ପାନୀୟ ଜଳ ଯୋଗାଣ ବିଭାଗ ଅଧିକାରୀ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ସମସ୍ୟାର ସମାଧାନ ଲାଗି ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri