ନନ୍ଦନକାନନରେ ପୁଣି ଗଡ଼ିଲା ଟୟ ଟ୍ରେନ୍‌

ବାରଙ୍ଗ,୯।୧୦(ଡି.ଏନ୍‌.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର ଲୋକାର୍ପଣ କରିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ମନ୍ତ୍ରୀ ପତାକା ଦେଖାଇ ଏହାର ପ୍ରଚଳନର ଶୁଭାରମ୍ଭ କରିଥିଲେ। ଏଥିସହ ରୋପୱେର ମଧ୍ୟ ଶିଳାନ୍ୟାସ ମନ୍ତ୍ରୀଙ୍କ ଦ୍ୱାରା କରାଯାଇଥିଲା।
ନନ୍ଦନକାନନ କାର୍ଯ୍ୟାଳୟ ପରିସରରେ ଆୟୋଜିତ ବନ୍ୟପ୍ରାଣୀ ସପ୍ତାହ ସମାରୋହରେ ମୁଖ୍ୟ ଅତିଥିଭାବେ ମନ୍ତ୍ରୀ ଆରୁଖ ଯୋଗଦେଇ ୨୦୧୪ରୁ ବନ୍ଦ ଥିବା ଟୟଟ୍ରେନ ସୁବିଧା ୪ କୋଟି ୯୮ଲକ୍ଷ ଟଙ୍କା ବ୍ୟୟରେ ପୁଣି ନୂତନ ଭାବେ ଆରମ୍ଭ ହୋଇଛି। ସେହିପରି ୧୩ କୋଟି ଟଙ୍କା ବ୍ୟୟରେ ହେବାକୁଥିବା ରୋପୱେର ଭୂମିପୂଜନ ହୋଇଥିବାବେଳେ ୧୮ମାସ ମଧ୍ୟରେ କାର୍ଯ୍ୟ ଶେଷ ହେବ। ଏବେ ଟୟଟ୍ରେନ ରାଇଟସ ସଂସ୍ଥା ଚଳାଇବା ବେଳେ ଆଗକୁ ନନ୍ଦନକାନନ ଏହାକୁ ଚଳାଇବ ବୋଲି ମନ୍ତ୍ରୀ କହିଥିଲେ। ଲୁପ୍ତପ୍ରାୟ ପ୍ରଜାତିଙ୍କୁ ସେମାନଙ୍କ ପ୍ରାକୃତିକ ଆବାସସ୍ଥଳୀରେ ସଂରକ୍ଷଣ କରିବା ନିମନ୍ତେ ରାଜ୍ୟରେ ୧୯ଟି ଅଭୟାରଣ୍ୟ, ୨ଟି ବ୍ୟାଘ୍ର ପ୍ରକଳ୍ପ, ଗୋଟିଏ ଲେଖାଏ ଜାତୀୟ ଉଦ୍ୟାନ ଓ ଜୈବମଣ୍ଡଳ ସ୍ଥାପନ କରାଯାଇଥିବା ମନ୍ତ୍ରୀ କହିଥିଲେ।
ଅନ୍ୟତମ ଅତିଥି ଭାବେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଅତିଥିଭାବେ ଯୋଗଦେଇ ଜଙ୍ଗଲ ଓ ପରିବେଶର ସନ୍ତୁଳନ ରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ବନ୍ୟପ୍ରାଣୀ ବିଭାଗ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଶଶୀ ପଲ ସ୍ବାଗତଭାଷଣ ଦେଇଥିଲେ। ବନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଲିଙ୍ଗରାଜ ହୋତା, ପ୍ରଧାନ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀର ମୁଖ୍ୟ ଶିଶିର ରଥ ସମ୍ମାନିତ ଅତିଥିଭାବେ ଯୋଗଦେଇ ଆଜିର ଦିନରେ ଆମେ ଶପଥ ନେଇ ଜଙ୍ଗଲ, ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ଏହାପରେ ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତବର୍ଷ ଲାଗି ନନ୍ଦକିଶୋର ଭୁଜବଳଙ୍କୁ ବିଜୁ ପଟ୍ଟନାୟକ ବନ୍ୟଜନ୍ତୁ ସଂରକ୍ଷଣ ସମ୍ମାନ-୨୦୨୧ ମନ୍ତ୍ରୀ ସମ୍ମାନିତ କରିଥିଲେ। ଏଥିସହ ୱାଇଲ୍ଡଲାଇଫ-୨୦୨୧ ଏବଂ ଏକ ହ୍ୟାଣ୍ଡବୁକ ନାମରେ ୨ଟି ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଏପରିକି ଅନ୍‌ଲାଇନରେ ହୋଇଥିବା କୁଇଜ ଓ ଫଟୋଗ୍ରାଫି ପ୍ରତିଯୋଗିତାରେ ସଫଳ ଛାତ୍ରୀଛାତ୍ରଙ୍କ ନାମ ଘୋଷଣା କରାଯାଇଥିଲା। ଶେଷରେ ବନସଂରକ୍ଷକ ସତ୍ୟନାରାୟଣ ବେହେରା ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର, ଉପନିର୍ଦ୍ଦେଶକ ସଞ୍ଜିତ କୁମାର, ସହକାରୀ ନିର୍ଦ୍ଦେଶକ ଅମୂଲ୍ୟ କୁମାର ପରିଡ଼ାଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ତେବେ ଶୁକ୍ରବାର ଟୟଟ୍ରେନ ପ୍ରଚଳନର ଶୁଭାରମ୍ଭ ହୋଇଥିବାର ଜାଣି ବହୁ ପର୍ଯ୍ୟଟକ ସେଠାକୁ ଯାଇଥିଲେ ମଧ୍ୟ ଶନିବାରଠାରୁ ଏହା ଚାଲିବାକୁ ଥିବା ଜାଣି ନିରାଶରେ ଫେରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri