Posted inଜାତୀୟ

ପୋଖରୀକୁ ଖସିଲା ଟ୍ରାକ୍ଟର, ୭ ଶିଶୁଙ୍କ ସମେତ ୨୦ରୁ ଅଧିକ ମୃତ

କାସଗଞ୍ଜ,୨୪।୨: ଉତ୍ତରପ୍ରଦେଶର କାସଗଞ୍ଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୧୦ଟା ସମୟରେ ଭକ୍ତଙ୍କ ଭର୍ତ୍ତି ଏକ ଟ୍ରାକ୍ଟର ଟ୍ରଲି ନିୟନ୍ତ୍ରଣ ବାହାରକୁ ଯାଇ ପାଟିଆଲି-ଦରିଆଭଗଞ୍ଜ ରାସ୍ତାରେ ଥିବା ପୋଖରୀରେ ଖସିପଡିଥିଲା। ପୋଖରୀ ଭିତରକୁ ଯିବା ପରେ ଟ୍ରାକ୍ଟର ଟ୍ରଲି ଓଲଟି ପଡିଥିଲା। ଯେଉଁଥିରେ ଅଧିକାଂଶ ଭକ୍ତଙ୍କ ଶଲିଲ ସମାଧି ହୋଇଥିଲା। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି।
ମୃତକଙ୍କ ମଧ୍ୟରେ ୮ ଜଣ ମହିଳା ଏବଂ ୭ ଶିଶୁ ଅଛନ୍ତି। ବହୁ ଗୁରୁତର ଆହତ ଭକ୍ତଙ୍କୁ ଜିଲା ଡାକ୍ତରଖାନାରେ ଚିକିତ୍ସା କରାଯାଉଛି ଏବଂ କେତେକଙ୍କୁ ଅନ୍ୟ ହସ୍ପିଟାଲକୁ ରେଫର କରାଯାଇଛି। ଘଟଣାସ୍ଥଳରୁ ଜିଲା ଡାକ୍ତରଖାନା ପର୍ଯ୍ୟନ୍ତ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଡିଏମ, ଏସପି ଏବଂ ଅନ୍ୟାନ୍ୟ ପ୍ରଶାସନିକ ଏବଂ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ମୃତକଙ୍କ ପରିବାରରେ ଉତ୍ତେଜନା ଦେଖାଦେଇଛି।
ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ଅନେକ ଲୋକ ମୃତକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ। ବର୍ତ୍ତମାନ ସୁଦ୍ଧା ୨୦ଜଣଙ୍କ ମୃତ୍ୟୁ ପ୍ରଶାସନ ଦ୍ୱାରା ନିଶ୍ଚିତ ହୋଇଛି। ସିଏମଓ ଡକ୍ଟର ରାଜୀବ ଅଗ୍ରୱାଲ କହିଛନ୍ତି ଯେ ପାଟିଆଲିର ସିଏଚସିରେ ୭ଜଣ ଶିଶୁ ଏବଂ ୮ ଜଣ ମହିଳାଙ୍କୁ ମୃତ ଘୋଷଣା କରାଯାଇଛି। ଏହା ସହିତ ଆଉ ୫ଜଣଙ୍କୁ ମୃତ ଘୋଷଣା କରାଯାଇଥିଲା। ଆମ୍ବୁଲାନ୍ସ ଯୋଗେ ଜିଲା ଡାକ୍ତରଖାନାକୁ ଅଣାଯାଇଥିବା ଅନ୍ୟ ଆହତଙ୍କ ପରୀକ୍ଷା ଚାଲିଛି। ମୃତ୍ୟୁସଂଖ୍ୟା ବୃଦ୍ଧି ହେବାର ସମ୍ଭାବନା ରହିଛି। ପରିସ୍ଥିତି ଅଧିକ ଉତ୍ତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?