ଚକା ଖସି ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର

ନବରଙ୍ଗପୁର,୨୨ା୫(ସଦାଶିବ ପ୍ରହରାଜ): ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ଉପରେ ଏକ ଟ୍ରାକ୍ଟର ଚଢ଼ିଯିବାରୁ ସ୍ବାମୀ ଗୁରୁତର ହୋଇଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ତେବେ ସ୍ବାମୀଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
ସୂଚନାନୁଯାୟୀ, ନବରଙ୍ଗପୁର ସହର ଭଗବତୀ ସାହିର ସୀତାକାନ୍ତ ତ୍ରିପାଠୀ ସ୍ତ୍ରୀ କାବେରୀଙ୍କୁ ବାଇକ୍‌(ଓଡି ୨୪ ସି ୭୪୪୭)ରେ ନେଇ ସାନ ମସିଗାଁ ଯାଉଥିଲେ। ରାସ୍ତାରେ ଚକାଛପର ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟରର ଆଗଚକା ହଠାତ ବାହାରି ପଡ଼ିଥିଲା। ଟ୍ରାକ୍ଟରଟି ବାଇକ୍‌ରେ ଥିବା ଦମ୍ପତିଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ସୀତାନାଥଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଉଭୟ ସ୍ବାମୀ ସ୍ତ୍ରୀଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପରେ ସ୍ବାମୀ ସୀତାକାନ୍ତଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ତ୍ରୀଙ୍କ ଗୋଡ଼ରେ ଆଘାତ ଲାଗିଥିବାରୁ ବର୍ତ୍ତମାନ ତାଙ୍କ ଚିକିତ୍ସା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri