ପ୍ରଦର୍ଶନୀରେ ଭିଡ଼ ବଢ଼ାଉଛି କାରବାର

ଭୁବନେଶ୍ୱର,୪।୩ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଏକ ଆନ୍ତଃ ରାଜ୍ୟ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏପରିକି ପାଣିପାଗ ଓ ପରିବେଶ ପ୍ରଦର୍ଶନୀ ପାଇଁ ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ସନ୍ଧ୍ୟା ୭.୩୦ରୁ ୯.୩୦ ଘଟିକା ପର୍ଯ୍ୟନ୍ତ ଭିଡ଼ ଅସମ୍ଭାଳ ହେଉଛି। ବିଶେଷକରି ଚଳିତ ଗ୍ରୀଷ୍ମ ପ୍ରବାହ (ଋତୁ) ପାଇଁ ଗ୍ରାହକ ଆକର୍ଷଣୀୟ ଓ ବିଭିନ୍ନ ବର୍ଗର ଆରାମଦାୟକ ପୋଷାକ ସହ ହ୍ୟାଣ୍ଡଲୁମ୍‌ ପୋଷାକ ପ୍ରତି ବେଶ୍‌ ଆକୃଷ୍ଟ ହେଉଥିବା ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଉକ୍ତ ପ୍ରଦର୍ଶନୀରେ ଓଡ଼ିଶାର ବୟନିକା ସମେତ ପଶ୍ଚିମବଙ୍ଗ,ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ହରିୟାଣା, ତାମିଲନାଡୁ, ବିହାର, ପୁଡୁଚେରୀ, ଆସାମ, କର୍ନାଟକ,ରାଜସ୍ଥାନ, ଉତ୍ତରାଖଣ୍ଡ ଏବଂ ଜମ୍ମୁ-କଶ୍ମୀର ଭଳି ରାଜ୍ୟର ବ୍ୟବସାୟୀମାନେ ମୋଟ ୭୫ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ସହ ବିକ୍ରି କରୁଛନ୍ତି। ଅପରପକ୍ଷରେ ଗ୍ରାହକ ଘରକରଣା ସାମଗ୍ରୀ ଓ ସାଜସଜ୍ଜା ପାଇଁ ବିଭିନ୍ନ ପ୍ରକାର ହ୍ୟାଣ୍ଡିକ୍ରାଫ୍ଟ ଉତ୍ପାଦ ସୁଲଭ ମୂଲ୍ୟରେ ପାଇପାରୁଛନ୍ତି।
ଉଲ୍ଲେଖଯୋଗ୍ୟ, କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଆୟୋଜିତ ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାର ଜାରି ରହିଛି। ଏହି ପ୍ରଦର୍ଶନୀ ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଖୋଲା ରହିଛି।
ସୂଚନାଯୋଗ୍ୟ, ପ୍ରଦର୍ଶନୀର ପ୍ରତ୍ୟେକ କ୍ରୟ ଉପରେ ୨୦%ର ସ୍ବତନ୍ତ୍ର ରହାତି ଗ୍ରାହକମାନଙ୍କୁ ଯୋଗାଇଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri