ପ୍ରଶାସନ ଢିଲା, ନିୟମ ମାନୁନାହାନ୍ତି ବ୍ୟବସାୟୀ

ଜଟଣୀ,୨୩ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟରେ ଲକ୍‌ଡାଉନ ଓ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଜାରି ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡ଼ିଦେଲେ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିିଛି। ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳରେ ଏହି କଟକଣା ଉଲ୍ଲଂଘନ କରାଯାଉଥିବା ଦେଖିବାକୁ ମିଳିଛି। ଜଟଣୀ ସହର ସମେତ ପୌରାଞ୍ଚଳ ଅଧୀନ ୧୫ନଂ. ଓ୍ବାର୍ଡ ହାଟବଜାର, ୧୭ନଂ. ଓ୍ବାର୍ଡ ଟ୍ରାଫିକ୍‌ କଲୋନି, ବାଛରାପାଟଣା, ମୁଣ୍ଡିଆ ସାହି, ଲୋକୋକଲୋନି, ରାଜାବଜାର ଆଦି ଅଞ୍ଚଳରେ ଦୋକାନ ଖୋଲାଯାଉଛି। ଫଳରେ ଲୋକଙ୍କ ଗହଳି ଜମୁଛି। ଏନେଇ ଅଭିଯୋଗ ହେଉଥିଲେ ମଧ୍ୟ ପ୍ରଶାସନ ଓ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ଶନିବାର ଶଟ୍‌ଡାଉନ ଥିବାବେଳେ ହାଟବଜାର ଏବଂ ଟ୍ରାଫିକ୍‌ କଲୋନି ରେଳବାଇ ସିନିୟର ସିଟିଜେନ ଓ୍ବେଲଫେୟାର ସୋସାଇଟି କାର୍ଯ୍ୟାଳୟ ପରିସରରେ ଜଣେ ଦୋକାନୀ ଚା ବେପାର କରୁଥିଲେ। ଖବରପାଇ ପୋଲିସ ପହଞ୍ଚତ୍ଥିଲେ ମଧ୍ୟ ଜରିମାନା କିମ୍ବା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଫେରିଯାଇଥିଲା। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିପ୍ରତି ଜିଲା ପ୍ରଶାସନ ଅଧିକାରୀମାନେ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri