Posted inଗଜପତି

ପାରଳାଖେମୁଣ୍ଡିରେ ପାରମ୍ପରିକ ପର୍ବ ଗଜାମୁହାଁ

ପାରଳାଖେମୁଣ୍ଡି,୧୪।୪(ଡି.ଏନ୍‌.ଏ.):  ପାରଳାଖେମୁଣ୍ଡି ସହରରେ ଚୈତ୍ର ମାସ ଶେଷ ମଙ୍ଗଳବାର ପାରଳା ସହରରେ ପାରମ୍ପରିକ ପୂଜା ଗଜାମୁହାଁ ପର୍ବ ପାଳିତ ହୋଇଯାଇଛି। ପାରଳାର ଗଜାମୁହାଁ ପର୍ବ ରାଜ୍ୟର ବିଭିନ୍ନ ସ୍ଥାନରେ ବିଭିନ୍ନ ସରକାର ତଥା ବେସରକାରୀ ସାଂସ୍କୃତିକ ପର୍ବପର୍ବାଣୀ କାର୍ଯ୍ୟକ୍ରମ ଗୁଡିକରେ ସ୍ବତନ୍ତ୍ର ଉପସ୍ଥାପନା ରହିଛି। ଗ୍ରାମରେ ହଇଜାରୁ ରକ୍ଷା ପାଇବା ପାଇଁ ଅଞ୍ଚଳବାସୀ ଗ୍ରାମ ଦେବତୀଙ୍କୁ ଶିତଳ କରିବା ଲାଗି ମଣ୍ଡାପିଠା, କାକରା ପିଠା, ଖିରି, ଗୁଡ଼, ଲିଆରେ ନିର୍ମିତ ଗଜାମୁହଁା ବନେଇ ଗ୍ରାମଦେବତୀଙ୍କୁ ପୂଜା ଅର୍ଚ୍ଚନା କରି ଏହି ପର୍ବ ପାଳନ କରିଥିଲେ।
ଏହି କାର୍ଯ୍ୟକ୍ରମ ନିମନ୍ତେ ଅଞ୍ଚଳରେ ଲୋକମାନେ ମାନସିକ ରଖିଥାନ୍ତି ମାନସିକ ପୂରଣ ହେଲେ ଏହି ପୂଜା କରାଯାଉଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମ ବିଗତ ଦୁଇ ବର୍ଷ ହେଲା ବନ୍ଦ କରାଯାଇଥିଲା। ଏବେ କୋରନା କଟକଣା କହୋଳ ହୋଇଥିବା ବେଳେ ପାରଳାଖେମୁଣ୍ଡି ସହରରେ କବିଚନ୍ଦ୍ର ସାହି, ଶ୍ରୀକରଣ ସାହି, କଟିକା ଗୈଡ ସାହି, ନଡ଼ିଆ ତୋଟା ସାହିଗୁଡ଼ିକରେ ଏହି କାର୍ଯ୍ୟକ୍ରମ ସମ୍ପାଦନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri