ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ

ଦିଗପହଣ୍ଡି,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କେ. କୋରା ରେଡ୍ଡୀ। ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ପୋଲିସ ମୃତଦେହ ଉଦ୍ଧାର କରିଛି। ଏ ନେଇ କେସ୍‌ ନଂ.୮/୨୦ରେ ଏକ ମାମଲା ରୁଜୁ ହୋଇ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ପଠାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତକାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।
ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦୀର୍ଘଦିନ ଧରି କେ. କୋରା ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିରହିଥିଲା। କେ. କୋରା ଘରେ ଏକୁଟିଆ ରହୁଥିଲା ବେଳେ ସ୍ତ୍ରୀ ଗୁଜରାଟର ସୁରଟ ଅଞ୍ଚଳରେ ତାଙ୍କ ପୁଅ ପାଖରେ ରହୁଥିଲେ। ଗତ କିଛିଦିନ ହେଲା ସ୍ତ୍ରୀ ଓ ପୁଅମାନେ ସୁରଟରୁ ଫେରିଥିଲେ। ଗାଁ ରେ ଥିବା ୨ ଟି ଘର ବିକ୍ରିକରି ଦିଗପହଣ୍ଡି କିମ୍ବା ବ୍ରହ୍ମପୁରରେ ରହିବାକୁ ପରିବାର ଲୋକେ ଚାହୁଁଥିବା ବେଳେ କୋରା ଗାଁ ଛାଡ଼ିବାକୁ ରାଜି ହେଉ ନ ଥିଲେ। ଫଳରେ ବୁଧବାର ଭୋର ସମୟରେ ପାରିବାରିକ କଳହ ଉଗ୍ରରୂପ ନେଇଥିଲା। ଘରେ ଅନ୍ୟକେହି ନ ଥିବା ବେଳେ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ ହୋଇ ଚେତାଶୂନ୍ୟ ହୋଇଯାଇଥିଲେ। ସ୍ତ୍ରୀଙ୍କ ଚେତା ଫେରିବା ପରେ ଦିଗପହଣ୍ଡିରେ ହୁଥିବା ଝିଅ ତିଳୋତ୍ତମାଙ୍କୁ ଘରକୁ ଡ଼କାଇଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କାରେ ମାନସିକ ଭାରସାମ୍ୟ ହରାଇ କୋରା ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ପରେ ସ୍ତ୍ରୀ ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?