ଏହି ଦିନରେ ରିଲିଜ୍‌ ହେବ ଗୁଞ୍ଜନ ସକ୍ସସେନା ବାୟୋପିକର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଞ୍ଜନ ସକ୍ସସେନା: ଦ କାର୍ଗିଲ ଗର୍ଲ’ ବାୟୋପିକ୍‌ ଖୁବ୍‌ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଅଗଷ୍ଟ ୧୨ରେ ଏହି ଫିଲ୍ମ ନେଟ୍‌ଫ୍ଲିକ୍ସରେ ରିଲିଜ୍‌ ହେବ। ତେବେ ଏହା ପୂର୍ବରୁ ଅଗଷ୍ଟ ୧ରେ ଏହାର ଟ୍ରେଲର ରିଲିଜ୍‌ ହେବ ବୋଲି ଜଣାପଡ଼ିଛି। ଏନେଇ ଜାହ୍ନବୀ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ଜାହ୍ନବୀ ଇନ୍‌ଷ୍ଟାଗ୍ରାମରେ ଗୁଞ୍ଜନ ସକ୍ସସେନାଙ୍କ ଏକ ପୋଷ୍ଟର ଶେୟାର କରି କ୍ୟାପଶନ୍‌ରେ ଲେଖିଛନ୍ତି, ଏହା ଏକ ବିଶେଷ ଅନୁଭୂତି। ଫିଲ୍ମର ଟ୍ରେଲର ଓ ରିଲିଜ୍‌କୁ ନେଇ ବେଶ୍‌ ଉତ୍ସାହିତ ଅଛି ବୋଲି ଜାହ୍ନବୀ କହିଛନ୍ତି। ଜଣାଶୁଣା ପ୍ରଯୋଜକ କରଣ ଜୋହରଙ୍କ ନିର୍ମିତ ଏହି ଫିଲ୍ମରେ ଜାହ୍ନବୀ ମୁଖ୍ୟ ଚରିତ୍ରରେ ବା ଫାଇଟର ପାଇଲଟ ଭୂକମିକାରେ ନଜର ଆସିବେ। ସୂଚନା ମୁତାବକ ଏହି ଫିଲ୍ମ ପୂର୍ବରୁ ସିନେମା ହଲ୍‌ରେ ରିଲିଜ୍‌ ହେବାର ଥିଲା। କିନ୍ତୁ କରୋନା ସଙ୍କଟ ଯୋଗୁ ଏହାକୁ ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?