କେନ୍ଦୁଝର ଦେଇ ଦିଲ୍ଲୀକୁ ଗଡ଼ିଲା ଟ୍ରେନ୍‌

କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷିତ ପୁରୀ-ଆନନ୍ଦବିହାର(ନୂଆଦିଲ୍ଲୀ) ଟ୍ରେନ୍‌ ଶନିବାରଠାରୁ କେନ୍ଦୁଝର ଦେଇ ଗଡ଼ିଛି। ଏହି ଟ୍ରେନ୍‌ କେନ୍ଦୁଝରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ୯ଟା ୫୦ରେ କେନ୍ଦୁଝରଗଡ଼ ଷ୍ଟେଶନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରିବା ପାଇଁ ବହୁ ଲୋକ ଷ୍ଟେଶନରେ ପହଞ୍ଚିଥିଲେ। ଏହି ଟ୍ରେନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଉଦଘାଟନ କରିଥିଲେ ହେଁ ଆଜିଠାରୁ ଏହି ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି।

କେନ୍ଦୁଝରଗଡ଼ ଷ୍ଟେଶନରୁ ୧୦ଟା ୧୦ମିନିଟ୍‌ରେ ଟ୍ରେନ୍‌ ଗନ୍ତବ୍ୟପଥକୁ ଛାଡ଼ିଥିଲା। ଏହି ଟ୍ରେନ୍‌ରେ କେନ୍ଦୁଝରରୁ ବହୁ ଯାତ୍ରୀ ନୂଆଦିଲ୍ଲୀ ସମେତ ବିଭିନ୍ନ ସ୍ଥାନକୁ ଯାତ୍ରା କରିଛନ୍ତି। ଏହି ଟ୍ରେନ୍‌ରେ ପ୍ରଥମ କ୍ଲାସ୍‌ ଏସି ବଗି ଗୋଟିଏ,ଦ୍ୱିତୀୟ କ୍ଲାସ୍‌ ଏସି ବଗି ୨ଟି, ଥ୍ରୀ ଟାୟାର ଏସି ୫ଟି ବଗି, ସ୍ଲିପର ୬ଟି ବଗି,ଜେନେରାଲ ୪ଟି ବଗି ସମେତ ମୋଟ ୧୯ଟି ବଗି ରହିଛି। ପ୍ରଥମ ଦିନରେ ଟ୍ରେନ୍‌ରେ ଜଗଦ୍ଦୀଶ ପ୍ରସାଦ ଦାସ,ପୀତବାସ ସାହୁଙ୍କ ସମେତ ବହୁ ଲୋକ ବିଭିନ୍ନ ସ୍ଥାନକୁ ଯାତ୍ରା କରିଛନ୍ତି। କେନ୍ଦୁଝରରୁ ଗୟା, ଦିଲ୍ଳୀ, ପ୍ରୟାଗରାଜ ଆଦି ଯିବା ପାଇଁ ସୁବିଧା ହୋଇଛି ବୋଲି ଉପସ୍ଥିତ ଥିବା ଭାଜପା ଦଳର ନେତୃବୃନ୍ଦ ରାଧାକାନ୍ତ ମହାନ୍ତ, ସୁବ୍ରତ ମହାନ୍ତିଙ୍କ ସମେତ ଅନ୍ୟମାନେ କହିଛନ୍ତି। ନୂଆଦିଲ୍ଲୀକୁ ଟ୍ରେନ ଚାଲିବା ପରେ କେନ୍ଦୁଝରବାସୀଙ୍କ ମଧ୍ୟରେ ଉସତ୍ାହ ଦେଖାଦେଇଛି। ସେହିପରି ଗତକାଲି ପାରାଦୀପରୁ କେନ୍ଦୁଝରଗଡ଼ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri