ହାତୀପଲ ପାଇଁ ଅଟକିଲା ଟ୍ରେନ୍‌

ଢେଙ୍କାନାଳ ଅଫିସ, ୭।୮: ହାତୀପଲ ପାଇଁ ଅଟକିଲା ବଲାଙ୍ଗୀର-ଭୁବନେଶ୍ୱର ସୁପରଫାଷ୍ଟ ଟ୍ରେନ୍‌। ଢେଙ୍କାନାଳ ଜିଲା ସଦର ରେଞ୍ଜ ମୋଟଙ୍ଗା ଥାନା ଅଧୀନ ମେରାମଣ୍ଡଳୀ ରେଳଷ୍ଟେଶନ ଏବଂ ହଳଦିଆବାହାଳ ମଝିରେ ଶନିବାର ରାତି ପ୍ରାୟ ୯ଟାରେ ଏହି ଘଟଣା ଘଟିଛି। ଫଳରେ ଟ୍ରେନ୍‌ ଚଳାଚଳ ଘଣ୍ଟାଏରୁ ଅଧିକ ସମୟ ବିଳମ୍ବିତ ହୋଇଥିଲା। ରାତି ପ୍ରାୟ ୯ଟାରେ ଏକ ପଲରେ ୩୩ ହାତୀ ବ୍ରାହ୍ମଣୀ ନଦୀ ଅବବାହିକାରୁ ରେଳଧାରଣା ପାର ହୋଇ ୫୫ନଂ. ଜାତୀୟ ରାଜପଥ ମୁହଁା ହୋଇଥିଲେ। ରେଳଧାରଣା ଆଖପାଖ ଅଞ୍ଚଳରେ ହାତୀ ଚଳପ୍ରଚଳ କରୁଥିବାରୁ ଦୁର୍ଘଟଣା ଆଶଙ୍କାରେ ବଲାଙ୍ଗୀର-ଭୁବନେଶ୍ୱର ସୁପରଫାଷ୍ଟ ଟ୍ରେନ୍‌ ଘଣ୍ଟାଏରୁ ଅଧିକ ସମୟ ଧରି ଅଟକି ରହିଥିଲା। ସୂଚନା ପାଇ ସଦର ରେଞ୍ଜର ବିଭୁଦେନ୍ଦୁ ମିଶ୍ର ଓ ବନ କର୍ମଚାରୀ ପହଞ୍ଚତ୍ ହାତୀଙ୍କୁ ଘଉଡ଼ାଇଥିଲେ। ବନ ବିଭାଗ ପକ୍ଷରୁ ସବୁଜ ସଙ୍କେତ ମିଳିବା ପରେ ଟ୍ରେନ୍‌ ଛାଡ଼ିଥିଲା। ଏ ନେଇ ରେଞ୍ଜର କୁହନ୍ତି, ରେଳଧାରଣରେ ୩୩ ହାତୀ ପାର ହେବା କାରଣରୁ ଟ୍ରେନ୍‌ ଅଟକି ରହିଥିଲା। ହାତୀପଲ ରେଳଧାରଣା ପାର ହୋଇସାରିଲେଣି। ସେମାନଙ୍କ ଉପରେ ବନ ବିଭାଗ ପକ୍ଷରୁ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri