ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ମୁନିଗୁଡ଼ା,୨୮ା୧: ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ମୁନିଖୋଲ ସନ୍ନିକଟ ମଶାଣି ନାଳ ନିକଟରେ ଗୁରୁବାର ଏକ ମାଲବାହୀ ଟ୍ରେନ୍‌(ତୈଳ ଟ୍ୟାଙ୍କର) ଲାଇନଚ୍ୟୁତ ହୋଇଛି। ଏହାଦ୍ୱାରା ଡାଉନ୍‌ଲାଇନରେ ରେଳ ଚଳାଚଳ ବ୍ୟାହତ ହୋଇଥିଲା। ସୌଭାଗ୍ୟବଶତଃ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।
ସୂଚନା ଅନୁଯାୟୀ, ବିଶାଖାପାଟଣାରୁ ଛତିଶଗଡ଼ ଯାଉଥିବା ଟ୍ରେନ୍‌ଟି ମୁନିଖୋଲ ନିକଟରେ ଲାଇନଚ୍ୟୁତ ହୋଇଥିଲା। ଖବର ପାଇ ପିଡବ୍ଲ୍ୟୁଆଇ, ଆର୍‌ପିଏଫ୍‌, ଷ୍ଟେଶନ ମାଷ୍ଟର ପ୍ରମୁଖ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଟିଟିଲାଗଡ଼ରୁ ଏକ ଟିମ୍‌ ଆସି ଲାଇନଚ୍ୟୁତ ହୋଇଥିବା ୪ ଟ୍ୟାଙ୍କରର ମରାମତି କରିବା ପରେ ଡାଉନ୍‌ଲାଇନରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। ଟ୍ରେନ୍‌ ଲାଇନଚ୍ୟୁତ ଯୋଗୁ ଦୀର୍ଘ ସମୟ ଧରି କେବଳ ଅପ୍‌ଲାଇନରେ ଟ୍ରେନ୍‌ ଚଳାଚଳ କରିଥିଲା। ତେବେ ମରାମତି ହୋଇଥିବା ଟ୍ୟାଙ୍କରଗୁଡ଼ିକ ମୁନିଗୁଡ଼ା ଷ୍ଟେଶନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?