ରଥଯାତ୍ରା ବେଳେ ପୁରୀକୁ ଚାଲିବନି ଟ୍ରେନ୍‌

ପୁରୀ ଅଫିସ,୨୯।୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଜାରି ରଖିଛି। ଏ ନେଇ ସୋମବାର ଦଇତାପତି ନିଯୋଗ ସହ ପ୍ରଶାସନ ଆଲୋଚନା କରିଛି। ଦଇତାପତି ନିଯୋଗ କିଭଳି ଶୃଙ୍ଖଳିତ ଭାବେ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି ସମ୍ପାଦନ କରିବ ସେ ନେଇ ଆଲୋଚନା ହୋଇଛି। ସେହିଭଳି ଏସ୍‌ପି କନୱର ବିଶାଲ ସିଂ ଶ୍ରୀଗୁଣ୍ଡିଚା ମନ୍ଦିର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବୁଲି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ୱ ସମେତ ବଡଦାଣ୍ଡ ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ ନେଇ ସେ ସ୍ଥିତି ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ସମ୍ମୁଖରେ ପୋଲିସ ଫୋର୍ସ ମୁତୟନ ପ୍ରକ୍ରିୟା କିଭଳି କାର୍ଯ୍ୟକାରୀ କରାଯିବ ସେ ସଂକ୍ରାନ୍ତରେ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ରଥ ନିର୍ମାଣଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ନୀତିକାନ୍ତି ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଚାଲିଛି। ଏଥର ବିନା ଭକ୍ତରେ ରଥଯାତ୍ରା ଆୟୋଜନ ହେବ। ରଥଯାତ୍ରା ସମୟରେ ପୁରୀକୁ ଟ୍ରେନ୍‌ ଓ ବସ୍‌ ଚଳାଚଳ ବନ୍ଦ ରହିବ। ସେହିପରି ପୁରୀରେ ୧୪୪ ଧାରା ଲାଗୁ କରାଯିବା ସହ ଏଣ୍ଟ୍ରି ପୋଷ୍ଟରେ କଡ଼ାକଡ଼ି ଚେକିଂ ହେବ। ତେବେ ସହରର ହୋଟେଲ୍‌ଗୁଡ଼ିକରେ ଥିବା ଲୋକେ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri