ଚାଲିଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର: ଶ୍ରୀମନ୍ଦିର ଭିତରକୁ ଗଲେ…

ପୁରୀ,୨୩।୯: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି। ରତ୍ନ ଅଳଙ୍କାର ସ୍ଥାନନ୍ତର ପରେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ ବୋଲି ଜଣାପଡିଛି।
ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଓ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀବିଗ୍ରହମାନଙ୍କ ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ ମହାପ୍ରସାଦ ପାଇଁ ଉତ୍ତରଦ୍ୱାର ଦେଇ ଆନନ୍ଦବଜାରକୁ ଯାଇପାରିବେ। ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ସହ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯିବା ସହ ଭକ୍ତମାନେ ଏ ନେଇ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।
ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍ରୁ (ଖଟଶେଯ ଓ ଚାଙ୍ଗଡ଼ା ଘର) ରତ୍ନଅଳଙ୍କାରଗୁଡ଼ିକ ସୁରକ୍ଷିତ ଭାବେ ସ୍ଥାନାନ୍ତର ପାଇଁ ପ୍ରାଧିକୃତ ୧୧ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍ପି, ଏଏସଆଇ ଅଧିକାରୀ, ରତ୍ନଭଣ୍ଡାର ସବ୍କମିଟି ସଦସ୍ୟ ଗଣେଶ ଦାସ ମହାପାତ୍ର, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ, ରତ୍ନଭଣ୍ଡାର ତଦାରଖ କମିଟିର ଦୁଇଜଣ ସଦସ୍ୟ ଜଷ୍ଟିସ ବିଶ୍ୱନାଥ ରଥ ଓ ସୁଦର୍ଶନ ପଟ୍ଟନାୟକ, ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର ରହିଛନ୍ତି। ଏତଦ୍ବ୍ୟତୀତ ଗଜପତି ମହାରାଜାଙ୍କ ପ୍ରତିନିଧିଙ୍କ ସମେତ ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri