ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତକୁ ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ, କହିଲେ ମୁଁ କହିଛି ମାନେ…

ଭୁବନେଶ୍ୱର,୧୮ା୮: ବିଜେଡି ନେତା ତଥା ପୂର୍ବତନ ୫-ଟି ସଚିବ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତର ତୁରନ୍ତ ରିପୋର୍ଟ ଆସିବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ପାଣ୍ଡିଆନ ତାଙ୍କ ବ୍ୟକ୍ତିଗତ କାର୍ଯ୍ୟରେ ହେଲିକପ୍ଟରରେ ବୁଲିବା ଅଭିଯୋଗ ହୋଇଥିଲା। ଏନେଇ ତଦନ୍ତ ଚାଲିଛି, ଖୁବ୍‌ଶୀଘ୍ର ନିର୍ଯାସ ଆସିବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ।

ସେ କହିଛନ୍ତି, ଯାହା ଲୋକଙ୍କ ମନରେ ସନ୍ଦେହ ଅଛି, ତାହା ସତ ହୋଇପାରେ। ଅପେକ୍ଷା କରନ୍ତୁ, ସରକାର ଏନେଇ ଖୁବ୍‌ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଉଛନ୍ତି। ଦୁର୍ନୀତି ବିରୋଧରେ ଆମ ସରକାର ଶୂନ୍ୟ ସହନଶୀଳ ନୀତି ଆପଣାଇଛି। ତେଣୁ ହେଲିକପ୍ଟର ବୁଲାର ରିପୋର୍ଟ ଅଳ୍ପ ଦିନ ମଧ୍ୟରେ ବାହାରିବ। ମୁଁ କହିଛି ମାନେ ସରକାର କହିଛି, ଆପଣମାନେ ଅପେକ୍ଷା କରନ୍ତୁ ବୋଲି ରବିବାର ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ସୂଚନା ଅଧିକାର କର୍ମୀ ଏନେଇ କେତେ ଅର୍ଥ ଖର୍ଚ୍ଚ ହୋଇଛି ବୋଲି ଆର୍‌ଟିଆଇ ଜରିଆରେ ତଥ୍ୟ ମାଗିବାରୁ ତାର ହିସାବ ଚାଲିଥିବା ସରକାର ଉତ୍ତର ରଖିଛନ୍ତି, ଯାହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିକଟରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଏହି ଘଟଣାରେ ତଦନ୍ତ ଚାଲିଛି, କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri