ମାଛ ଧରିବା ବେଳେ ଅଗ୍ନିକାଣ୍ଡ ଘଟି ବୁଡିଗଲା ଟ୍ରଲର

ଚାନ୍ଦବାଲି, ୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ସମୁଦ୍ର ମଧ୍ୟରେ ହୁଇଲର ଦୀପ ନିକଟରେ ଏକ ଫିସିଙ୍ଗ ଟ୍ରଲରରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିବାରୁ ଟ୍ରଲରଟି ସମୁଦ୍ର ମଧ୍ୟରେ ବୁଡି ଯାଇଛି। ‘ମା ପଦ୍ମାବତୀ’ ନାମକ ଏକ ଟ୍ରଲରରେ ୧୦ଜଣ ଧୀବର ମାଛ ଧରୁଥିବା ବେଳେ ଟ୍ରଲରଟିରେ ଅଗ୍ନିକାଣ୍ଡ ଘଟିବାରୁ ଏହା ସମୁଦ୍ରରେ ବୁଡି ଯାଇଥିଲା। ନିକଟରେ ଥିବା ଅନ୍ୟ ଟ୍ରଲର ଧୀବରମାନେ ଏହି ଟ୍ରଲରର ୧୦ଜଣ ଧୀବରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ମେରାଇନ ପୋଲିସକୁ ହସ୍ତାନ୍ତର କରିଛନ୍ତି ।

ଧାମରା ଦୋସିଙ୍ଗା ପଞ୍ଚାୟତର ଟ୍ରଲର ମାଲିକ ସମରେଶ ପରିଡାଙ୍କ ଟ୍ରଲର ମା’ ପଦ୍ମାବତୀରେ ୧୦ଜଣ ଧୀବର ମାଛ ଧରିବା ପାଇଁ ସମୁଦ୍ର ମଧ୍ୟକୁ ଯାଇଥିଲେ । ଟ୍ରଲରରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟିବାରୁ ସମୁଦ୍ର ମଧ୍ୟରେ ଟ୍ରଲଟି ଜଳିବାକୁ ଲାଗିଥିଲା। ଅଗ୍ନି ପ୍ରଖର ହେବାରୁ ଟ୍ରଲରରେ ଥିବା ଧୀବରମାନେ ନିଜ ଜୀବନ ବଞ୍ଚାଇବା ପାଇଁ ସେପ୍ଟି ଜ୍ୟାକେଟ ସାହାଯ୍ୟରେ ସମୁଦ୍ରକୁ ଡେଇଁ ପଡ଼ି ଭାସିଥିଲେ। ନିକଟରେ ଥିବା ଅନ୍ୟ ଟ୍ରଲର ଧୀବରମାନେ ସେମାନଙ୍କୁ ଉଦ୍ଧାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri