ବାତ୍ୟା ପୂର୍ବରୁ ବୁଡିଲା ଟ୍ରଲର, ଥିଲେ ୧୦ ମତ୍ସଜୀବୀ…

ଭଦ୍ରକ,୨୨।୧୦: ବୈତରଣୀ ମୁହାଁଣରେ ବୁଡିଲା ମାଛଧରା ଟ୍ରଲର। ଟ୍ରଲର ବୁଡିଲେ ମଧ୍ୟ ଅଳ୍ପକେ ବର୍ତ୍ତିଛନ୍ତି ମତ୍ସଜୀବୀ। ଉପକୂଳକୁ ଫେରିବା ସମୟରେ ଧାମରା ବନ୍ଦର ନିକଟରେ ମାଛଧରା ଟ୍ରଲର ବୁଡି ଯାଇଛି। ଏଥିରେ ଥିବା ୧୦ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ମେରାଇନ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କରିଛି। ସମୁଦ୍ରରୁ ଫେରିବାବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଓଲଟି ପଡିଥିଲା ଟ୍ରଲର।

ମାଡି ଆସୁଛି ବାତ୍ୟା ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ ୨୩ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁସାରେ, ସମ୍ଭାବ୍ୟ ବାତ୍ୟା ପ୍ରବାହରେ ଆଜି ଓ ଉପକୂଳରେ ଘଣ୍ଟାପ୍ରତି ୪୪ରୁ ୫୫ କିମି ବେଗରେ ପବନ ବହିବ। ସମ୍ଭାବ୍ୟ ବାତ୍ୟାଟି ଗଭୀର ଅବପାତରେ ପରିଣତ ହେବା ପରେ ଓ ଉପକୂଳରେ ପବନର ବେଗ ବଢିବ ବୋଲି ଜଣାପଡିଛି। ଗଭୀର ଅବପାତ ପରେ ଆସନ୍ତାକାଲି ବାତ୍ୟାର ରୂପ ନେବ ଏବଂ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିମି ରହିବ। ୨୪ ତାରିଖ ସକାଳେ ଭୀଷଣ ବାତ୍ୟାର ରୂପ ନେବାପରେ ପବନର ବେଗ ବଢିବ। ଘଣ୍ଟାପ୍ରତି ୯୦ରୁ ୧୦୦ କିମି ବେଗରେ ପବନ ବହିବ।

ସମ୍ଭାବ୍ୟ ବାତ୍ୟା ଉପକୂଳ ଅତିକ୍ରମ କରିବାବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହାପରେ ଲ୍ୟାଣ୍ଡଫଲ କରିବା ପରେ ୨୫ ତାରିଖ ସକାଳେ ଓଡ଼ିଶା ଉପକୂଳରେ ପବନର ବେଗ କମିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ରୁ୮୫ କିମି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri