ରାସ୍ତାରେ ଯାଉଥିବା ବେଳେ ଉପରେ ଭାଙ୍ଗିପଡ଼ିଲା ଗଛ: ବାଇକ୍‌ ଚୁର୍‌ମାର, ୨ ଆହତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ମାଧପୁର ନିକଟରେ ୪୯ ନଂ. ଜାତୀୟ ରାଜପଥରେ ଥିବା ବହୁ ପୁରୁଣା ତଥା ଅସୁରକ୍ଷିତ ଶୁଖିଲା ଗଛ ହଠାତ ଉପୁଡ଼ି ପଡ଼ିବାରୁ କେତେକ ଗାଡି ଭାଙ୍ଗିବା ସହ ଦୁଇ ଜଣ ଆହତ ହୋଇଛନ୍ତି। ପୂର୍ବରୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଏହାକୁ କଟାଯାଇ ନ ଥିବାରୁ ଏଥିପାଇଁ ପୌର ପ୍ରଶାସନକୁ ସ୍ଥାନୀୟ ଲୋକ ଦାୟୀ କରି କ୍ଷତିପୂରଣ ଦାବି କରିଛନ୍ତି ା

ଗଛ ପଡ଼ିବାରୁ ଦୋକାନକୁ ଆସିଥିବା ପୀତବାସ ମହାନ୍ତଙ୍କ ପିଠିରେ ଆଘାତ ଲାଗିଥିବା ବେଳେ ଗାଡ଼ି ସଜାଡ଼ିବାକୁ ଆସିଥିବା ମଲଦା ଅଞ୍ଚଳର ରାଜୀବ ଲୋଚନ ବାରିକ ଆହତ ହୋଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାଜୀବଙ୍କ ମୁଣ୍ଡ ଫାଟିଥିବାବେଳେ ଅଣ୍ଟାରେ ମାଡ଼ ହୋଇଛି। ସହରର ଟେଲିଫୋନ୍‌ ଏକ୍ସେଚେଞ୍ଜ ସାଇ ମନ୍ଦିର ନିକଟରେ ଗୋଟିଏ ଶୁଖିଲା ଗଛ,ତେଲକୋଇ ବସ ଷ୍ଟପରେ ଅନ୍ୟ ଏକ ବଡ଼ ଶୁଖିଲା ଗଛ ଅସୁରକ୍ଷିତ ଅବସ୍ଥାରେ ରହିଥିବାରୁ ଦୁର୍ଘଟଣା ଆଶଙ୍କା ରହିଛି। ତେବେ ଏହି ଗଛଗୁଡ଼ିକୁ ତୁରନ୍ତ ଉଠାଇବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri