ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ

କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର କାମତା ଗାଁରେ। ଏହି ଗାଁରେ ବାପାଙ୍କ ପାଇଁ କୋକେଇ ସଜଡ଼ା ଯାଉଥିବା ବେଳେ ସେଠାରେ ଥିବା ଏକଗଛରୁ ବଡ଼ ଡାଳ ହଠାତ ପୁଅଙ୍କ ମୁଣ୍ଡରେ ପଡ଼ି ଅକାଳମୃତ୍ୟୁ ହୋଇଯାଇଛି। କୋରାପୁଟ ସହରର ପୂଜାରିପୁଟ ଅଞ୍ଚଳରେ ରହୁଥିବା କାମତା ଗ୍ରାମର ଲକ୍ଷ୍ମଣ ମଣ୍ଡଳଙ୍କର ମଙ୍ଗଳବାର ରାତିରେ ମୃତ୍ୟୁ ହୋଇଥିଲା। ଲକ୍ଷ୍ମଣଙ୍କ ମୃତଦେହ ତାଙ୍କ ନିଜ ଗାଁ କମତାକୁ ନିଆଯାଇଥିଲା। ସେଠାରେ ବାପାଙ୍କ ଅନ୍ତିମ ସଂସ୍କାର ପାଇଁ  ଘର ନିକଟରେ କୋକେଇ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା ବେଳେ ତାଙ୍କ ପୁଅ ବେଣୁଧର ଘରପଛ ପଟେ ଠିଆ ହୋଇଥିଲେ। ଲଗାଣବର୍ଷାରେ ବାଡ଼ ପଛପଟେ ଥିବା ଏକ ଗଛର ବଡ଼ ଡାଳ ହଠାତ୍‌ ଭାଙ୍ଗି ତାଙ୍କ ମୁଣ୍ଡରେ ପଡ଼ିଥିଲା। ଫଳରେ ବେଣୁଧର ଗୁରୁତର ହୋଇଥିଲେ। ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବୋରିଗୁମ୍ମା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ବେଣୁଧରଙ୍କୁ ମୃତ ଘୋଷଣା କରିଥିଲେ। କିଛି ଘଣ୍ଟା ମଧ୍ୟରେ ପରିବାରର ବାପା ଓ ପୁଅଙ୍କ ମୃତ୍ୟୁ ହୋଇଥିବାରୁ ଏଭଳି ଦୁଃଖଦ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?