ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମେକା ପଞ୍ଚାୟତ ଦାମାପଡ଼ାର ସୁବାସ ଅନୁଗୁଳିଆଙ୍କ ଘର ଉପରେ ଏକ ବିରାଟ ଗଛ ଉପୁଡ଼ି ପଡ଼ିଛି। ଲଗାଣ ବର୍ଷାରେ ଗଛଟି ଘର ଉପରେ ପଡ଼ିଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଛନ୍ତି ପରିବାର ଲୋକେ। ରାତିରେ ଗଛଟି ଘର ଉପରେ ପଡିଯିବାରୁ ପରିବାର ଲୋକେ ଭୟଭୀତ ହୋଇ ବାହାରେ ଆଶ୍ରୟ ନେଇଥିଲେ। ତେବେ ସୁବାସଙ୍କ ପରିବାର ଲୋକେ ହନ୍ତସନ୍ତ ହେଉଥିବାରୁ ତାଙ୍କୁ ସାହାଯ୍ୟ ଯୋଗାଇବା ନିମନ୍ତେ ମେକା ସରପଞ୍ଚ ରଞ୍ଜିତା ପୂଜାରୀଙ୍କୁ ଗ୍ରାମବାସୀ ଜଣାଇଛନ୍ତି। ସରପଞ୍ଚ ରଞ୍ଜିତା ପୂଜାରୀ ଅଗ୍ନିଶମ ବିଭାଗକୁ ଖବର ଦେବାସହ ସହାୟତା ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ତୁରନ୍ତ ସହଯୋଗର ହାତ ବଢ଼ାଇଥିବାରୁ ସରପଞ୍ଚ ପୂଜାରୀଙ୍କୁ ପ୍ରଶଂସା କରିବା ସହିତ ଗ୍ରାମବାସୀ ଧନ୍ୟବାଦ ଜଣାଇଛନ୍ତି l ବର୍ଷା ପାଣି ଯୋଗୁ ଲୋକେ ବହୁତ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାଷୀମାନେ ମଧ୍ୟ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବ୍ଳକର ବିଭିନ୍ନ ପଞ୍ଚାୟତରେ ପାଣି ଭର୍ତ୍ତି ହୋଇ ଚାଷ ଜମିର ହିଡ଼ ଭାଙ୍ଗି ଯାଇଛି । କ୍ଷତିଗ୍ରସ୍ତଚାଷୀଙ୍କ ପ୍ରତି ସରକାର ଦୃଷ୍ଟି ଦେବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri