ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ ଲଗାଅ ଜୀବନ ବଞ୍ଚାଅ ନାରା ଦେଇ କାର୍ଯ୍ୟ କରି ଚାଲିଛନ୍ତି। ଏଭଳି କେତେଜଣ ପରିବେଶବିତଙ୍କ ଉଦ୍ୟମ ଯୋଗୁ ବ୍ରହ୍ମପୁର ସହର ହରିଡାଖଣ୍ଡି ଛକରେ ଥିବା ଏକ ବରଗଛ କଟା ବନ୍ଦ କରାଯାଇଛି। ଫଳରେ ଏକ ବିରାଟକାୟ ବରଗଛ ଜୀବନ ରକ୍ଷା ପାଇଛି। ପ୍ରତି ବର୍ଷ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ଲକ୍ଷ ଲକ୍ଷ ଚାରା ରୋପଣ କରାଯାଉଛି। ଅନ୍ୟପଟେ ଉନ୍ନତୀକରଣ ନାମରେ ବିଭିନ୍ନ ସଂସ୍ଥା ପକ୍ଷରୁ ଶହ ଶହ ବୃକ୍ଷ ଛେଦନ କରାଯାଉଛି । ଏଭଳି ଅଭାବନୀୟ ଘଟଣା ବ୍ରହ୍ମପୁର ସହରରେ ନିତିଦିନିଆ ପାଲଟିଛି। ରାସ୍ତା ସମ୍ପ୍ରସାରଣ ନାମରେ ଶହଶହ ବୃକ୍ଷ ବଳି ପଡୁଛି, ଯାହାକି ପରିବେଶ ଉପରେ ପ୍ରଭାବ ପକାଉଛି। ବ୍ରହ୍ମପୁର ହରିଡାଖଣ୍ଡିଠାରୁ ଅନ୍ଧପସରା ରାସ୍ତା ସମ୍ପ୍ରସାରଣ କାମ ଚାଲିଛି। ରାସ୍ତା କଡରେ ଥିବା ଶହ ଶହ ବୃକ୍ଷ କଟା ଯାଉଛି। ସେଥିମଧ୍ୟରେ ବହୁତ ଶତାୟୁ ବରଗଛ ମଧ୍ୟ ବଳି ପଡିଛି। କିଛି ଦିନ ତଳେ ହରିଡାଖଣ୍ଡି ଷ୍ଟେଟ ବ୍ୟାଙ୍କ ପାର୍ଶ୍ୱରେ ଥିବା ଶତାୟୁ ବର ଗଛ ଉପରେ ଦୃଷ୍ଟି ପଡିଥିଲା। ବିଦ୍ୟୁତ୍‌ ବିଭାଗ ସେଠାରେ ଥିବା ବୃକ୍ଷ ହାଣି ଟ୍ରାନ୍ସଫର୍ମର ବସାଇବା ଯୋଜନା ଆରମ୍ଭ କରିଥିଲା। ଏହାକୁ ବ୍ରହ୍ମପୁର ସବୁଜ ବାହିନୀ, ପରିବେଶବିତ୍‌ ସମେତ ସ୍ଥାନୀୟ ବାସିନ୍ଦା ବିରୋଧ କରିଥିଲେ। କିଛି ଦିନ ନୀରବ ରହିବା ପରେ ରାତାରାତି ବେଆଇନ ଭାବେ ଗଛ ହାଣିବାରେ ଲାଗିଲେ। ଏହା ବିରୋଧରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏହାର ତଦନ୍ତ ନିର୍ଦ୍ଦେଶ ରେଞ୍ଜରକୁ ଦିଆଯାଇଥିଲା। ବ୍ରହ୍ମପୁର ରେଞ୍ଜର ଦିଲ୍ଲୀପ କୁମାର ମାର୍ଥା, ସବୁଜ ବାହିନୀ ସଭାପତି ଶିବରାମ ପାଣିଗ୍ରାହୀ, ଆଇନ ପରାମର୍ଶଦାତା ଓ ଭେଦିକ କ୍ଲବର ସଦସ୍ୟ ସତୀଶ ପାଣିଗ୍ରାହୀ ପ୍ରମୁଖ ବିଦ୍ୟୁତ ବିଭାଗ, ପୂର୍ତ୍ତ ବିଭାଗ, ରାଜସ୍ବ ବିଭାଗ, ବନ ଉନ୍ନୟନ ନିଗମ କର୍ମଚାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟି ଅନୁଧ୍ୟାନ କରି ଟ୍ରାନ୍ସଫର୍ମର ପୂର୍ବ ନିର୍ଦ୍ଧାରିତ ସ୍ଥାନରୁ ବାର ଫୁଟ ଦୂରରେ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri