ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ ଲଗାଅ ଜୀବନ ବଞ୍ଚାଅ ନାରା ଦେଇ କାର୍ଯ୍ୟ କରି ଚାଲିଛନ୍ତି। ଏଭଳି କେତେଜଣ ପରିବେଶବିତଙ୍କ ଉଦ୍ୟମ ଯୋଗୁ ବ୍ରହ୍ମପୁର ସହର ହରିଡାଖଣ୍ଡି ଛକରେ ଥିବା ଏକ ବରଗଛ କଟା ବନ୍ଦ କରାଯାଇଛି। ଫଳରେ ଏକ ବିରାଟକାୟ ବରଗଛ ଜୀବନ ରକ୍ଷା ପାଇଛି। ପ୍ରତି ବର୍ଷ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ଲକ୍ଷ ଲକ୍ଷ ଚାରା ରୋପଣ କରାଯାଉଛି। ଅନ୍ୟପଟେ ଉନ୍ନତୀକରଣ ନାମରେ ବିଭିନ୍ନ ସଂସ୍ଥା ପକ୍ଷରୁ ଶହ ଶହ ବୃକ୍ଷ ଛେଦନ କରାଯାଉଛି । ଏଭଳି ଅଭାବନୀୟ ଘଟଣା ବ୍ରହ୍ମପୁର ସହରରେ ନିତିଦିନିଆ ପାଲଟିଛି। ରାସ୍ତା ସମ୍ପ୍ରସାରଣ ନାମରେ ଶହଶହ ବୃକ୍ଷ ବଳି ପଡୁଛି, ଯାହାକି ପରିବେଶ ଉପରେ ପ୍ରଭାବ ପକାଉଛି। ବ୍ରହ୍ମପୁର ହରିଡାଖଣ୍ଡିଠାରୁ ଅନ୍ଧପସରା ରାସ୍ତା ସମ୍ପ୍ରସାରଣ କାମ ଚାଲିଛି। ରାସ୍ତା କଡରେ ଥିବା ଶହ ଶହ ବୃକ୍ଷ କଟା ଯାଉଛି। ସେଥିମଧ୍ୟରେ ବହୁତ ଶତାୟୁ ବରଗଛ ମଧ୍ୟ ବଳି ପଡିଛି। କିଛି ଦିନ ତଳେ ହରିଡାଖଣ୍ଡି ଷ୍ଟେଟ ବ୍ୟାଙ୍କ ପାର୍ଶ୍ୱରେ ଥିବା ଶତାୟୁ ବର ଗଛ ଉପରେ ଦୃଷ୍ଟି ପଡିଥିଲା। ବିଦ୍ୟୁତ୍‌ ବିଭାଗ ସେଠାରେ ଥିବା ବୃକ୍ଷ ହାଣି ଟ୍ରାନ୍ସଫର୍ମର ବସାଇବା ଯୋଜନା ଆରମ୍ଭ କରିଥିଲା। ଏହାକୁ ବ୍ରହ୍ମପୁର ସବୁଜ ବାହିନୀ, ପରିବେଶବିତ୍‌ ସମେତ ସ୍ଥାନୀୟ ବାସିନ୍ଦା ବିରୋଧ କରିଥିଲେ। କିଛି ଦିନ ନୀରବ ରହିବା ପରେ ରାତାରାତି ବେଆଇନ ଭାବେ ଗଛ ହାଣିବାରେ ଲାଗିଲେ। ଏହା ବିରୋଧରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏହାର ତଦନ୍ତ ନିର୍ଦ୍ଦେଶ ରେଞ୍ଜରକୁ ଦିଆଯାଇଥିଲା। ବ୍ରହ୍ମପୁର ରେଞ୍ଜର ଦିଲ୍ଲୀପ କୁମାର ମାର୍ଥା, ସବୁଜ ବାହିନୀ ସଭାପତି ଶିବରାମ ପାଣିଗ୍ରାହୀ, ଆଇନ ପରାମର୍ଶଦାତା ଓ ଭେଦିକ କ୍ଲବର ସଦସ୍ୟ ସତୀଶ ପାଣିଗ୍ରାହୀ ପ୍ରମୁଖ ବିଦ୍ୟୁତ ବିଭାଗ, ପୂର୍ତ୍ତ ବିଭାଗ, ରାଜସ୍ବ ବିଭାଗ, ବନ ଉନ୍ନୟନ ନିଗମ କର୍ମଚାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟି ଅନୁଧ୍ୟାନ କରି ଟ୍ରାନ୍ସଫର୍ମର ପୂର୍ବ ନିର୍ଦ୍ଧାରିତ ସ୍ଥାନରୁ ବାର ଫୁଟ ଦୂରରେ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...

ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି...

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ...

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri