ଦାରିଙ୍ଗବାଡ଼ିରେ ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ୭୮ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ଜାତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟତମ ଅତିଥିଙ୍କ ମଧ୍ୟରେ ତହସିଲଦାର ଶରତ ଶବର, ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର, ଅତିରିକ୍ତ ତହସିଲଦାର କୃଷ୍ଣଚନ୍ଦ୍ର ନାୟକ, ସରକାରୀ ଆଇଟିଆଇର ଅଧ୍ୟକ୍ଷ ପ୍ରଦୀପ ସାହୁ, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରଥମେ ମୁଖ୍ୟ ଅତିଥି ପହଞ୍ଚି ପରେଡ୍‌ ପରିଦର୍ଶନ କରିଥିଲେ। ପରେ ପତ୍ତାକା ଉତ୍ତୋଳନ ପରେ ନିଜ ଅଭିଭାଷଣରେ ଅଞ୍ଚଳର ବିକାଶ ତଥା ଶିକ୍ଷା, ମୋବାଇଲ ସେବା, ପର୍ଯ୍ୟଟନକ୍ଷେତ୍ରର ବିକାଶ ଆହୁରି ହେବାକୁ ରହିଛି ଯାହା ସରକାର କରିବା ପାଇଁ ପଦକ୍ଷେପ ନେଉଥିବା ସେ କହିଛନ୍ତି। ସେହିପରି କାର୍ଯ୍ୟକ୍ରମରେ ଯୋଗଦେଇଥିବା ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ଅନୁଷ୍ଠାନ, ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ସେ ଅଭିନନ୍ଦନ ଜଣାଇଥିଲେ। ପରେ ସେ ସାମୁହିକ ପରେଡ୍‌କୁ ଅଭିବାଦନ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସ୍ଥାନୀୟ ଜନଜାତିର କୁଇ ସଙ୍ଗୀତ, ସମ୍ବଲପୁରୀ ନୃତ୍ୟ ସହ ଦେଶାତ୍ମକ ସଂଗୀତରେ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା। ପରେ ବିଭିନ୍ନ ପ୍ରତିଯୋଗୀ ତଥା ପ୍ରଥମରୁ ସ୍ନାତକ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା କୁଇଜ୍‌, ରଚନା, ବକୃତା, ସଙ୍ଗୀତ, ନୃତ୍ୟରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବା ସହ ମାନପତ୍ର, ଟ୍ରଫି ପ୍ରଦାନ କରାଯାଇଥିଲା। ଏଥିସହ ପରେଡ୍‌ରେ କୃତିତ୍ୱ ଛାତ୍ରୀଛାତ୍ରଙ୍କୁ ମଧ୍ୟ ପୁରସ୍କାର କରାଯାଇଥିଲା। ସେହିପରି ବ୍ଲକ ଅଫିସ, ବିଭିନ୍ନ ବିଦ୍ୟାଳୟ, ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ଦିବସ ପାଳନ କରାଯିବା ସହ ଦାରିଙ୍ଗବାଡ଼ି ଚାରିଛକଠାରେ ଗାନ୍ଧୀ ମୂର୍ତ୍ତି ସମ୍ମୁଖରେ ଜାତୀୟ ପତାକା ଉତ୍ତୋଳନ କରାଯିବା ସହ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର ପ୍ରମୁଖ ପୁଷ୍ପମାଲ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?